ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଖୋର୍ଦ୍ଧା ଜିଲ୍ଲାରେ ‘ଆମ ଓଡ଼ିଶା,ନବୀନ ଓଡ଼ିଶା‘ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ପ୍ରତି ପଞ୍ଚାୟତକୁ ମିଳିବ ୫୦ଲକ୍ଷ ଟଙ୍କାର ଅନୁଦାନ

୨ହଜାର ୭୬୩ଟି ପ୍ରକଳ୍ପ ପାଇଁ ୯୫କୋଟି ଟଙ୍କା ବ୍ୟୟ ବରାଦ

ଖୋର୍ଦ୍ଧା : ରାଜ୍ୟ ସରକାରଙ୍କର ମହତ୍ତ୍ଵାକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ଖୋର୍ଦ୍ଧା ଜିଲ୍ଲାରେ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ଖୋର୍ଦ୍ଧା ଜିଲ୍ଲାରେ ଏହି କାର୍ଯ୍ୟକ୍ରମରେ ପ୍ରତି ପଞ୍ଚାୟତକୁ ୫୦ଲକ୍ଷ ଟଙ୍କା ଅନୁଦାନ ପ୍ରଦାନ କରାଯାଇଛି। ଖୋର୍ଦ୍ଧା ଜିଲ୍ଲାରେ ମୋଟ ୯୫କୋଟି ଟଙ୍କା ବ୍ୟୟରେ ୨ହଜାର ୭୬୩ଟି ପ୍ରକଳ୍ପ ପାଇଁ ବ୍ୟୟ ବରାଦ ହୋଇଛି।

ଜିଲ୍ଲାର ସମସ୍ତ ବ୍ଲକରେ ବିଧାୟକ, ବ୍ଲକ୍ ଅଧକ୍ଷ, ବିଡ଼ିଓ ଏବଂ ଅନ୍ୟାନ୍ୟ ପଦାଧିକାରୀ ରହି ମୁଖ୍ୟମନ୍ତ୍ରୀଙ୍କ ଏହି କାଯ୍ୟକ୍ରମକୁ ସଠିକ୍ ସମୟରେ ସାରିବାକୁ ଲକ୍ଷ ରଖାଯାଇଛି। ଚିଲିକା ବ୍ଲକ୍‌ରେ ସାଂସଦ ମାନସ ମଙ୍ଗରାଜ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମରେ ଉପସ୍ଥିତ ରହିଛନ୍ତି। ଖୋର୍ଦ୍ଧାରେ ବିଧାୟକ ଜ୍ୟୋତିରିନ୍ଦ୍ରନାଥ ମିତ୍ର, ବୋଲଗଡ଼ରେ ବିଧାୟକ ରାଜେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ ଅଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରକଳ୍ପ ଗୁଡ଼ିକ ଗ୍ରାମାଞ୍ଚଳ ଲୋକଙ୍କ ସେବାରେ ଲାଗିବ। ପ୍ରତି ପଞ୍ଚାୟତରୁ ମହିଳା ମାନେ ଏହି ସଭାରେ ଯୋଗ ଦେଇଛନ୍ତି।

ଖୋର୍ଦ୍ଧାପରେ ଜଗତସିଂହପୁର ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜଗତସିଂହପୁର ଜିଲ୍ଲାରେ ୯୯ କୋଟି ଟଙ୍କା ବ୍ୟୟରେ ୨ ହଜାର ୯୨୨ଟି ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ।

ସୂଚନାଯୋଗ୍ୟ ଯେ, ଗତ ୧୦ ତାରିଖରେ ରାଜ୍ୟ ସରକାରଙ୍କର ମହତ୍ତ୍ଵାକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଫୋକସରେ ରହିଛି ପ୍ରତି ପଞ୍ଚାୟତ, ପ୍ରତି ଗାଁ। ପ୍ରଥମେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ ହୋଇଥିଲା । ପରେ ପୁରୀ, ନୟାଗଡ଼, ମୟୂରଭଞ୍ଜ, ବରଗଡ଼ ଓ ଦେବଗଡ଼, କଟକ ଓ କେନ୍ଦ୍ରାପଡା ଜିଲ୍ଲାରେ ଏହି ଯୋଜନା ଆରମ୍ଭ କରାଯାଇଛି । ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ୩ ହଜାର ୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଯୋଜନାରେ ରାଜ୍ୟର ୬ ହଜାର ୭୯୪ଟି ପଞ୍ଚାୟତ ସାମିଲ ହେବେ । ମୋଟ ୯୦ ହଜାର ୭୨୩ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ । ଏହି ଯୋଜନାରେ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ଲେଖାଏଁ ମିଳିବ । ପ୍ରତି ଗାଁରେ ଓଡିଶାର ସଂସ୍କୃତିର ମୂଳଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ।

Leave A Reply

Your email address will not be published.