ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର: ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ପଟ୍ଟନାୟକ ଜଣେ ଅଭିଜ୍ଞ ଜନନେତା ଓ ପ୍ରଶାସକ ଥିଲେ। ବିଜୁ ବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଜନସେବାରେ ନିଜକୁ ନିୟୋଜିତ କରିଥିଲେ। ଗଞ୍ଜାମ ଜିଲ୍ଲା ତଥା ଓଡିଶାର ବିକାଶ କ୍ଷେତ୍ରରେ ତାଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଥିଲା ।

ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

Leave A Reply

Your email address will not be published.