ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଅକ୍ସିଜେନ୍ ପ୍ଳାଣ୍ଟ ସହ ICU ଗୃହ ଉଦ୍‌ଘାଟିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: କରୋନା ମୁକାବିଲା ଦିଗରେ ଆଉ ପାଦେ ଆଗେଇଲା ରାଜ୍ୟ । ବାରିପଦାର ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ନୂତନ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିଭଳି ସୁନ୍ଦରଗଡ଼ କୋଭିଡ ଚିକିତ୍ସାଳୟରେ ଟ୍ରୁନାଟ୍ ପରୀକ୍ଷାଗାର, ଝାରସୁଗୁଡ଼ା, ମୟୂରଭଂଜରେ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ ହୋଇଛି । ଭଦ୍ରକ, ସୁନ୍ଦରଗଡ଼, ପୁରୀ, ଜଗତସିଂହପୁର, ସୋନପୁରରେ ମଧ୍ୟ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ନୟାଗଡ଼ ଚାନ୍ଦପୁରରେ ବସନ୍ତ ମଞ୍ଜରୀ ଚିକିତ୍ସାଳୟର ଶିଳାନ୍ୟାସ ସହ ନୟାଗଡରେ ୬ଶଯ୍ୟା ବିଶିଷ୍ଟ ICU ଗୃହକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ଶିଳାନ୍ୟାସ ହୋଇଥିବା ଏହି ଅକ୍ସିଜେନ ପ୍ଲାଣ୍ଟ ପାଇଁ ବିଭିନ୍ନ ଜିଲ୍ଲାର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ରୋଗୀମାନେ ଆବଶ୍ୟକ ମୁତାବକ ଅକ୍ସିଜେନ ପାଇପାରିବେ । ଏଠାରେ ଦୁଇ ପ୍ରକାର ଅକ୍ସିଜେନ ସୁବିଧା ମିଳିପାରିବ । ବାରିପଦାର ପିଆରଏମ୍ ହସ୍ପିଟାଲରେ ଉପସ୍ଥିତ ଥିଲେ ମନ୍ତ୍ରୀ ପ୍ରତାପ ଜେନା । ମନ୍ତ୍ରୀଙ୍କ ସହିତ ବିଧାୟକ, ସାଂସଦ, ଜିଲ୍ଲାପାଳ ଓ ଉଚ୍ଚପଦସ୍ଥ ସରକାରୀ ଅଧିକାରୀ ଓ ବହୁ ମାନ୍ୟ ଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।

Leave A Reply

Your email address will not be published.