ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର : କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ ଚାଲିଥିବାବେଲେ ଆଜି ଏଭି ଅଭିଯାନରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ବିଧାନସଭା ପରିସରରେ ଥିବା  ଡିସପେନସେରିରେ ମୁଖ୍ୟମନ୍ତ୍ରୀ କୋଭିଡ୍-୧୯ ଟିକାର ପ୍ରଥମ ଡୋଜ୍ ନେଇଛନ୍ତି। ସେ ଆଜି ସକାଳ ୧୦ଟା ୪୫ ମିନିଟ ସମୟରେ ନବୀନନିବାସରୁ ବାହାରି ବିଧାନସଭା ପରିସରରେ ଥିବା ଡିସପେନସେରିରେ ପହଞ୍ଚିଥିଲେ। ସେଠାରେ ସେ ପ୍ରଥମେ କରୋନା ଟିକା ନେଇଥିଲେ। ଏହାପରେ ଅନ୍ୟ ବିଧାୟକମାନେ ଟିକା ନେବେ ବୋଲି ଜଣାଯାଇଛି।


ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା ଦେବା ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକା ନେଇଥିବା ଜଣାପଡିଛି । ତେବେ ନବୀନ ଟିକାର ପ୍ରଥମ ଡୋଜ୍ ନେଇଛନ୍ତି । ପରେ ସେ ଦ୍ବିତୀୟ ଡୋଜ୍ ନେବେ ବୋଲି ଜଣାପଡିଛି ।

ଉଲ୍ଲେଖଯୋଗ୍ୟ ଯେ, ମାର୍ଚ୍ଚ ପହିଲାରୁ ସାରା ଦେଶରେ ଦ୍ବିତୀୟ ପର୍ଯ୍ୟାୟ କରୋନା ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି ପର୍ଯ୍ୟାୟରେ ବରିଷ୍ଠ ନାଗରିକ ତଥା ୬୦ ବର୍ଷରୁ ବୟସରୁ ଉର୍ଦ୍ଧ୍ବ ବ୍ୟକ୍ତି କରୋନା ଟିକା ନେବାର ବ୍ୟବସ୍ଥା ରହିଛି ।

Leave A Reply

Your email address will not be published.