ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସନ୍ତା ୨୨ରେ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ସ୍ମାର୍ଟ କାର୍ଡ ବଣ୍ଟନ ସହ କରିବେ ପ୍ରାୟ ୨୨ଶହ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୨ ତାରିଖରେ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବେ । ଜିଲ୍ଲାରେ ସେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଜିଲ୍ଲାର ୬ଲକ୍ଷ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରାଯିବ। ଏଥିସହ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

ମୟୂରଭଞ୍ଜରେ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୨୧ଶହ ୫୫କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଏଥିସହ ୩୨୦କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଆଖିରେ ରଖି ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ୨୬ ବ୍ଲକରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ତଥା ବିଜେଡି ସାଂଗଠନିକ ସଂପାଦକ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜୋରଦାର ପ୍ରସ୍ତୁତି କରାଯାଉଛି ।

ଅର୍ଥ ଅଭାବରୁ କାହାର ଜୀବନ ଯିବ ନାହିଁ । ଚିକିତ୍ସା ପାଇଁ ଜମିବାଡ଼ି, ଗହଣା ବିକିବାକୁ ପଡ଼ିବ ନାହିଁ। କେବଳ ଗୋଟିଏ କାର୍ଡ ଦେଖାଇଲେ ମାଗଣାରେ ମିଳିବ ଚିକିତ୍ସା ସୁବିଧା । ସରକାରୀ ହସ୍ପିଟାଲରୁ ଆରମ୍ଭ କରି ବେସରକାରୀ ହସ୍ପିଟାଲ, ବିନା ଟଙ୍କାରେ ଚିକିତ୍ସା ସୁବିଧା ପାଇବେ ରାଜ୍ୟର ଗରିବ ଲୋକ । ଟଙ୍କିକିଆ ଚାଉଳ, ଆହାର ଭଳି ନବୀନଙ୍କ ଜନକଲ୍ୟାଣକାରୀ ଯୋଜନା ଭିତରୁ ଅନ୍ୟତମ ଯୋଜନା ହେଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରାଜ୍ୟର  ୯୬ ଲକ୍ଷ ପରିବାର ପାଖରେ ପହଞ୍ଚିବ। ନିଜେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲ୍ଲା ଗସ୍ତ କରି ରାଜ୍ୟର ସ୍ୱାସ୍ଥ୍ୟ କ୍ଷେତ୍ରରେ ସଞ୍ଜିବନୀ କୁହାଯାଉଥିବା ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ ହେଲଥ କାର୍ଡର ବଣ୍ଟନ କରୁଛନ୍ତି। ରାଜ୍ୟର ୯୬ ଦଶମିକ ୫ଲକ୍ଷ ପରିବାରକୁ କାର୍ଡ ମିଳିବାକୁ ଥିବା ବେଳେ ଏଥିରେ ସାଢ଼େ ତିନି କୋଟି ଲୋକ ଉପକୃତ ହେବେ। ରାଜ୍ୟ ଓ ରାଜ୍ୟ ବାହାରର ୨୦୦ରୁ ଅଧିକ ଘରୋଇ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ପାଇପାରିବେ ହିତାଧିକାରୀ । ପୁରୁଷଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡରେ ମିଳିବ।

Leave A Reply

Your email address will not be published.