ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର : ଆଜି ଉତ୍କଳ ଦିବସ। ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଭାଷାଭିତ୍ତିରେ ଓଡ଼ିଶା ରାଜ୍ୟ ଗଠନ ହୋଇଥିଲା। ଆଜି ଓଡ଼ିଆ ତଥା ଓଡ଼ିଶାବାସୀଙ୍କ ଲାଗି ଏକ ଗର୍ବ କରିବାର ଦିନ। ଯେଉଁମାନଙ୍କର ଅଦମ୍ୟ ସାଧନା, ପ୍ରଚେଷ୍ଟା ଲାଗି ଓଡ଼ିଶା ଭାଷାଭିତ୍ତିରେ ସ୍ୱତନ୍ତ୍ର ପରିଚୟ ପାଇପାରିଛି ସେମାନଙ୍କୁ ଆଜି ସମସ୍ତେ ମନେପକାଉଛନ୍ତି।  ଏହି ଅବସରରେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟ୍ୱିଟ୍ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।


ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କୁ ସେ ସମ୍ମାନ ଜଣାଇଛନ୍ତି। ମହାପୁରୁଷମାନେ ଭାଷା, ସାହିତ୍ୟ, ସଂସ୍କୃତିର ଗୌରବ ବୃଦ୍ଧି କରିଛନ୍ତି । ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ସ୍ବତନ୍ତ୍ର ପରିଚୟକୁ ବଜାୟ ରଖିବା ସହ ଏହାକୁ ଆହୁରି ପରିବ୍ୟାପ୍ତ କରିବା ପାଇଁ ସଂକଳ୍ପବଦ୍ଧ ହେବାକୁ ଆହ୍ୱାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.