ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କେନ୍ଦୁପତ୍ର କର୍ମଚାରୀଙ୍କୁ ମିଳିଲା ସହାୟତା, ହିତାଧିକାରୀଙ୍କ ଖାତାକୁ ଗଲା ୪୩ କୋଟି ଟଙ୍କା

ଭୁବନେଶ୍ବର : ଘୋଷଣା ଅନୁଯାୟୀ ଆଜି ସହାୟତା ପାଇଛନ୍ତି କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ସିଜିନାଲ କର୍ମଚାରୀ । ମଧ୍ୟବର୍ତ୍ତୀ କାଳୀନ ସହୟତା ଭାବରେ ତୋଳାଳୀ ୧୦୦୦ ଟଙ୍କା ପାଇଥିବାବେଳେ ବନ୍ଧାଳୀ ଓ ସିଜିନାଲ କର୍ମଚାରୀଙ୍କୁ ମିଳିଛି ୧୫୦୦ ଟଙ୍କା ।ଆଜି ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସହାୟତା ବଣ୍ଟନ କରିଛନ୍ତି । ହିତାଧିକାରୀଙ୍କ ଖାତାକୁ ୪୩କୋଟି ଟଙ୍କା ଦିଆଗଲା । DBT ଜରିଆରେ ଏହି ସହାୟତା ହିତାଧିକାରୀଙ୍କ ବ୍ଯାଙ୍କ ଖାତାରେ ଜମା ହୋଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗରିବ ଲୋକର ଖୁସି ହିଁ ତାଙ୍କର ସବୁଠାରୁ ବଡ ଖୁସି । ଗରିବ ଲୋକଙ୍କ ସହ ସେ ସବୁବେଳେ ରହିଛନ୍ତି ଓ ସେମାନଙ୍କ କଲ୍ଯାଣ ପାଇଁ ତାଙ୍କର ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।ଉପନିର୍ବାଚନ ଆଚରଣବିଧି ଉଠିବା ପରେ ବରଗଡ ଜିଲ୍ଲାର ତୋଳାଳୀ ଓ ଅନ୍ଯ କେନ୍ଦୁପତ୍ର କର୍ମଚାରୀ ମାନଙ୍କୁ ଏ ସବୁ ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । କେନ୍ଦୁପତ୍ର ହେଉଛି ଗରିବ ଲୋକ ର ଦାନା ପାଣିର କଥା । ତେଣୁ ତା ଉପରେ ୧୮%GST କୁ ନାପସନ୍ଦ କରି ଏହାର ସମ୍ପୂର୍ଣ୍ଣ ଉଛେଦ ପାଇଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ କେନ୍ଦ୍ର ନିକଟରେ ଦାବୀ କରିଥିଲେ ।

ଆଜି ନୂଆପଡ଼ା କଳାହାଣ୍ଡି କୋରାପୁଟ ନବରଙ୍ଗପୁର ଅନୁଗୁଳ ସମ୍ବଲପୁର ଝାରସୁଗୁଡା କନ୍ଧମାଳ, ବୌଦ୍ଧ, କେଉଁଝର ଦେବଗଡ଼, ଓ ବଲାଙ୍ଗୀର ଆଦି ବାର ଜିଲ୍ଲାର ସତର ଡିଭିଜନର ହିତାଧିକାରୀ ମାନଙ୍କୁ ଆଜି ସହାୟତା ବଣ୍ଟନ କରାଯାଇଥିଲା ।ଏହି କାର୍ଯ୍ୟକ୍ରମରେ ଜଙ୍ଗଲ ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ  ପ୍ରଦୀପ ଅମାତ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ଯାଣ ପାଇଁ ସରକାରଙ୍କ ପଦକ୍ଷେପ ଉପରେ ଆଲୋକପାତ ସୂଚନା କରିଥିଲେ। ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଡାଃ ମୋନା ଶର୍ମା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଜଙ୍ଗଲ ପରିବେଶ ବିଭାଗର ବରିଷ୍ଠ ଅଧିକାରୀ ମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ହିତାଧିକାରୀ ଶାନ୍ତନୁ କୁମାର ଭୋଇ , ଝାରସୁଗୁଡ଼ାର ପୁଷ୍ପ ଲତା ଭଇଁଶା ଓ ନୂଆପଡ଼ାର ଇଶ୍ଵର ଶବର ଙ୍କ ସହ ସହାୟତା ବିଷୟରେ ଆଲୋଚନା କରି ଏହି ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ।

ସୂଚନାଯୋଗ୍ୟ ଗତ ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତି କେନ୍ଦୁପତ୍ର ତୋଳାଳୀଙ୍କୁ ପ୍ରଥମ ଦଫାରେ ୧୦୦୦ ଟଙ୍କା ଓ ସଜିନାଲ ଷ୍ଟାଫଙ୍କୁ ୧୫୦୦ ଟଙ୍କା ମିଳିବା ନେଇ ଘୋଷଣା କରିଥିଲେ।  ଏଥି ସହିତ ତାେଳାଳୀ ଓ କର୍ମଚାରୀ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯାେଜନାରେ ସାମିଲ ହେବେ । ଏଥି ସହିତ କେନ୍ଦୁପତ୍ର ତୋଳାଳୀଙ୍କ ପିଲା ମାନଙ୍କୁ ଶିକ୍ଷା ପାଇଁ ବୃତ୍ତି ମିଳିବ। ସମସ୍ତ କେନ୍ଦୁପତ୍ର ତୋଳାଳୀଙ୍କୁ ମିଳିବ ପରିଚୟପତ୍ର । ସର୍କଲ ଚେକରସ ଓ ବାଇଣ୍ଡିଂ ଚେକରସଙ୍କ ଗ୍ରାଚୁଇଟି ଦେୟ ୭ ଦିନରୁ ୧୫ ଦିନକୁ ବଢ଼ିବ । ଯାହା ଘୋଷଣା କରିଥିଲେ ତାହା ମାତ୍ର ୪ ଦିନରେ ମୁଖ୍ୟମନ୍ତ୍ରୀ ପୂରଣ କରିବା ସହ ଆଜି ପ୍ରଦାନ କରାଯାଇଛି।

Leave A Reply

Your email address will not be published.