ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ୟୁକ୍ରେନରେ ଫଶିଥିବା ଓଡ଼ିଆଙ୍କୁ ଉଦ୍ଧାର ପାଇଁ ଅମିତ ଶାହାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ୟୁକ୍ରେନ ଓ ଋଷ ଯୁଦ୍ଧ ମଧ୍ୟରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ ଆସିଥିବା ଛାତ୍ରଛାତ୍ରୀମାନେ ଯୁଦ୍ଧ ପ୍ରଭାବିତ ଦେଶରେ ଫସି ରହିଛନ୍ତି। ଖବର ଅନୁଯାୟୀ, ଓଡ଼ିଶାର ୧୫୦୦ ରୁ ଅଧିକ ଛାତ୍ରଛାତ୍ରୀ ୟୁକ୍ରେନରେ ଅଟକି ରହିଛନ୍ତି ଓ ନିଜ ସହରକୁ ସ୍ଥାନାନ୍ତରିତ ହେବାକୁ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ୟୁକ୍ରେନରେ ଫସି କରି ରହିଥିବା ଓଡ଼ିଆଙ୍କୁ ଉଦ୍ଧାର କରିବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଶୁକ୍ରବାର ସକାଳେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୟୁକ୍ରେନରେ ଫଶି ରହିଥିବା ଓଡ଼ିଆଙ୍କୁ ଉଦ୍ଧାର ପାଇଁ ଶାହାଙ୍କ ସହ କଥା ହୋଇଛନ୍ତି ନବୀନ ।ୟୁକ୍ରେନରେ ଫଶି ରହିଥିବା ଭାରତୀୟଙ୍କ ମଧ୍ୟରୁ ଅନେକ ଓଡ଼ିଆ ଛାତ୍ରଛାତ୍ରୀ ଓ ଶ୍ରମିକ ରହିଛନ୍ତି । ତେଣୁ ସେମାନଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧ ପରେ ଗୃହମନ୍ତ୍ରୀ ଅମିତ ଶାହା ମୁଖ୍ୟମନ୍ତ୍ରୀଙ୍କୁ ଆଶ୍ୱାସନା ଦେଇଛନ୍ତି । ସେ କହିଛନ୍ତି କି ଭାରତ ସରକାର ୟୁକ୍ରେନ ସରକାରଙ୍କ ସହ ଯୋଗଯୋଗରେ ରହିଛନ୍ତି ଏବଂ ଶୀଘ୍ର ୟୁକ୍ରେନରୁ ଛାତ୍ର ଓ ଶ୍ରମିକଙ୍କୁ ଫେରାଇ ଆଣିବା ପାଇଁ କାର୍ଯ୍ୟ କରୁଛନ୍ତି ।

Leave A Reply

Your email address will not be published.