ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସନ୍ତା ୨୦ ତାରିଖରେ ମାଲକାନିଗିରିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ଲୋକଙ୍କୁ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୨୦ତାରିଖରୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ଗସ୍ତରେ ଯିବେ। ମାଲକାନିଗିରିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ଲୋକଙ୍କୁ ବାଣ୍ଟିବେ। ଅଗଷ୍ଟ ୧୫ ତାରିଖ ଦିନ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ସ୍ୱାସ୍ଥ୍ୟ କ୍ଷେତ୍ରରେ ଡିଜିଟାଲ ହେଲ୍‌ଥ କାର୍ଡ ଆରମ୍ଭ କିରଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଧିନତା ଦିବସରେ ରାଜ୍ୟବାସୀଙ୍କ ପାଇଁ ଏହି ଘୋଷଣା କରିଥିଲେ। ରାଜ୍ୟ ତଥା ଦେଶରେ ୨୦୦ରୁ ଅଧିକ ଡାକ୍ତରଖାନାରେ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ସୁବିଧା ଲୋକ ପାଇପାରିବେ। ଓଡ଼ିଶାର ୯୬ଲକ୍ଷ ପରିବାର ଓ ସାଢେ ୩କୋଟି ଲୋକ ଏହାଦ୍ୱାରା ଉପକୃତ ହେବେ। ପ୍ରତିବର୍ଷ ମହିଳାଙ୍କ ପାଇଁ ୧୦ଲକ୍ଷ ଓ ପରିବାର ପାଇଁ ୫ଲକ୍ଷ ଟଙ୍କା ଲେଖାଏଁ ବୀମା ସହାୟତା ମିଳିବ।

Leave A Reply

Your email address will not be published.