ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମହାମାରୀ ମଧ୍ୟରେ ମାଟ୍ରିକ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ନେଇ ନିଷ୍ପତ୍ତି ନେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଉଥିବା ବେଳେ ଆଗକୁ ଥିବା ମାଟ୍ରିକ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ନେଇ ସନ୍ଦେହ ଦେଖାଦେଇଛି। ରାଜ୍ୟରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ପାଖାପାଖି ରହିଥିବା ବେଳେ ପିଲାକିପରି ପରୀକ୍ଷା ଦେବେ ତାହାକୁ ନେଇ ଦ୍ବନ୍ଦ ଦେଖାଦେଇଛି। ଏହାରି ମଧ୍ୟରେ ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଟ୍ରିକ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ନେଇ ନିଷ୍ପତ୍ତି ନେଇ ଏପରି ସ୍ଥିତିରେ କଣ କରାଯିବ ତାହା ଘୋଷଣା କରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

ଏହାପୂର୍ବରୁ ଗତକାଲି ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଯାଇଥିବା ବେଳେ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ କରିବାକୁ ନିଷ୍ପତି ନେଇଥିଲେ କେନ୍ଦ୍ର ସରକାର ।  ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନିଆଯାଇଥିବା କହିଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ତେଣୁ ରାଜ୍ୟ ସରକାର ମଧ୍ୟ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାବଦରେ ବଡ ନିଷ୍ପତି ନେଇପାରନ୍ତି ।

Leave A Reply

Your email address will not be published.