ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟବାସୀଙ୍କୁ ଦୋଳ ପୂର୍ଣ୍ଣିମା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଏଥିପାଇଁ ଉତ୍ସବମୁଖର ହୋଇଛି ଗାଁଠୁ ସହର । ଆଜି ଦୋଳ ପୂର୍ଣ୍ଣିମା ଦୋଳ ମେଲଣ ପାଇଁ ଚାରିଆାଡେ ପ୍ରସ୍ତୁତ କରାଯାଇଛି । ବିମାନରେ ବିଜେ ହୋଇ ଗାଁ ଗାଁ ବୁଲୁଛନ୍ତି ଠାକୁର । ସାହିକୁ ସାହି ବୁଲି ଭୋଗ ଖାଇବା ସହ ରଙ୍ଗ ବେରଙ୍ଗ ଅବିରରେ ହୋଲି ଖେଳିବେ ଦୋଳ ଗୋବିନ୍ଦ।


ଦୋଳ ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ବିଟ କରି ଲେଖିଛନ୍ତି ‘ ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ପ୍ରଭୁ ଦୋଳଗୋବିନ୍ଦଙ୍କ ଅପାର କୃପା ଓ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଭରିଦେଉ।’

ଅନ୍ୟପଟେ ଦୋଳ ପୂର୍ଣ୍ଣିମା ଅବସରରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ରାଜରାଜେଶ୍ବର ବେଶ ବା ସୁନାବେଶରେ ଆଜି ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି । ସୁନାବେଶରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବିଶେଷ ଧ୍ୟାନ ଦେଇଛି ପ୍ରଶାସନ । ଦୋଳ ପୂର୍ଣ୍ଣମୀ ଅବସରରେ ଶ୍ରୀଜୀଉଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୁଦେବୀ ଓ ଶ୍ରୀଦେବୀ ଦୋଳବେଦୀକୁ ବିମାନରେ ବିଜେ କରିବେ ।

Leave A Reply

Your email address will not be published.