ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ମୁଖ୍ୟମନ୍ତ୍ରୀଙ୍କ ବ୍ରହ୍ମଗିରି ଗସ୍ତ, ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ ସହ କରିବେ ହଜାରେ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ

ଭୁବନେଶ୍ବର : ପୁରୀ ପାଇଁ ବ୍ରହ୍ମଗିରିରୁ ଲେଖାହେବ ବିକାଶର ନୂଆ ଅଧ୍ୟାୟ । ଆଜି ଅପରାହ୍ଣରେ ବ୍ରହ୍ମଗିରି ଗସ୍ତରେ ଯାଇ ପୁରୀ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂତନ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥି ସହିତ ବ୍ରହ୍ମଗିରି ବିକାଶ ପାଇଁ ପ୍ରାୟ ହଜାରେ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ମଧ୍ୟ କରିବେ । ଏଥିସହ ବ୍ରହ୍ମଗିରି ବ୍ଲକରେ ନବନିର୍ମିତ ମିନି ସଚିବାଳୟର ଶୁଭାରମ୍ଭ କରିବା କାର୍ଯ୍ୟକ୍ରମ ରହିଛି ।

ରାଜ୍ୟର ସାମଗ୍ରିକ ବିକାଶର ସଫଳ ରୂପାୟଣ ପାଇଁ ପ୍ରଶାସନର ଲୋକାଭିମୁଖୀ ଆଭିମୁଖ୍ୟକୁ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ପଟ୍ଟନାୟକ। ଏହିକ୍ରମରେ ଶାସନତନ୍ତ୍ରକୁ ଅଧିକ ଉତ୍ତରଦାୟୀ କରିବା ସହ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକର ସୁଫଳ ତୃଣମୂଳ ସ୍ତରରେ ପହଞ୍ଚାଇବା ପାଇଁ ନବୀନ ପ୍ରତିଶ୍ରୁତିବଦ୍ଧ। ଏହି କ୍ରମରେ ଆସନ୍ତାକାଲି ବ୍ରହ୍ମଗିରି ବ୍ଲକରୁ ଆରମ୍ଭ ହେବ ପୁରୀ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ। ସ୍ମାର୍ଟ କାର୍ଡ ସହ ବ୍ରହ୍ମଗିରିରେ ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ସହ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ବ୍ରହ୍ମଗିରି ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ନବ ନିର୍ମିତ ମିନି ସଚିବାଳୟର ହେବ ଲୋକାର୍ପଣ । ପ୍ରାୟ ହଜାରେ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ ରହିଛି । ନୂଆ ସଡ଼କ ପ୍ରକଳ୍ପ ସାଙ୍ଗକୁ ପାନୀୟ ଜଳ ଓ ସ୍ୱାସ୍ଥ୍ୟ ଭିତ୍ତିଭୂମି ସମ୍ପର୍କିତ ଏକାଧିକ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ଗତକାଲି କେରାଣ୍ଡିଆ ହେଲିପ୍ୟାଡରେ ଏକ ସାଧାରଣ ସଭାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂତନ ସ୍ମାର୍ଟ କାର୍ଡ ବଣ୍ଟନ କରିବେ । ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁର୍ତ୍ତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ତଦାରଖ କରିଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା । ଜିଲ୍ଲାପାଳ ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ବ୍ଲକ ଗସ୍ତ କରି ନିର୍ବାଚିତ ପ୍ରତିନିଧିଙ୍କ ସହ ଆଲୋଚନା କରିବା ସହ ବ୍ଲକ କାର୍ଯ୍ୟାଳୟରେ ସମୀକ୍ଷା କରିଛନ୍ତି ।

Leave A Reply

Your email address will not be published.