ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପବିତ୍ର ଅକ୍ଷୟ ତୃତୀୟାରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର : ଆଜି ଅକ୍ଷୟ ତୃତୀୟା। ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ତିଥ୍ୟକୁ ଅକ୍ଷୟ ତୃତୀୟା ବା ଅକ୍ଷି ତୃତୀୟା ଭାବେ ପାଳନ କରାଯାଏ। ଏହା ମୁଖ୍ୟତଃ ଏକ କୃଷିଭିତ୍ତିକ ପର୍ବ ହୋଇଥିବାରୁ ଓଡ଼ିଶାର ପୂରପଲ୍ଲୀରେ କୃଷକମାନେ ଏହାକୁ ବେଶ୍ ଆନନ୍ଦ ଓ ଉତ୍ସାହର ସହ ପାଳନ କରିଥାନ୍ତି। ଏହିଦିନ କୃଷକମାନେ ଭଲ ତିଥ୍ ଓ ସମୟ ଯୋଗ ଦେଖ୍ ଅକ୍ଷିମୁଠି ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାନ୍ତି। ଅକ୍ଷୟ ତୃତୀୟା କୃଷକ ସମାଜ ପାଇଁ ଏକ ମହାନ ପର୍ବ ।


ଆଜି ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ବିଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ‘ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଚାଷୀଭାଇମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ । ଚଳିତ ବର୍ଷ ଭଲ ଫସଲ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣିଦେଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।’

Leave A Reply

Your email address will not be published.