ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶିତ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପରୀକ୍ଷା ଫଳ ଘୋଷଣା କରିବେ । ଏହାପରେ ୱେବସାଇଟରେ ରେଜଲ୍ଟ ଉପଲବ୍ଧ । ପରୀକ୍ଷାର୍ଥୀ orissaresults.nic.inchseodisha.nic.in  କୁ ଭିଜିଟ କରି ନିଜର ରୋଲ ନମ୍ବର ଓ ଆବଶ୍ୟକୀୟ ତଥ୍ୟ ଦେଇ ପରୀକ୍ଷା ଫଳ ଚେକ୍‌ କରିପାରିବେ । ଏନେଇ ସିଏଚ୍‌‌ଏସ୍‌‌ଇ କାର୍ଯ୍ୟାଳୟ ସୂଚନା ଦେଇଛି ।

ଚଳିତବର୍ଷ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ଦୁଇଟି ଢାଞ୍ଚାରେ ମାର୍କିଂ କରାଯାଇଛି । ଚଳିତବର୍ଷ ଛାତ୍ରଛାତ୍ରୀମାନେ ଭଲ ରେଜଲ୍ଟ କରିଥିବେ ବୋଲି ଆଶା ରଖିଛନ୍ତି । ଗତ ଜୁଲାଇ ୨୭ ତାରିଖରେ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇଥିଲା । ବିଜ୍ଞାନରେ ୯୪ ପ୍ରତିଶତ ଓ ବାଣିଜ୍ୟରେ ୮୯ ପ୍ରତିଶତ ରେଜଲ୍ଟ ହୋଇଥିଲା ।

Leave A Reply

Your email address will not be published.