ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୧୮ ରୁ ଅଧିକ ବୟସ ବର୍ଗଙ୍କୁ ମାଗଣାରେ ମିଳିବ ପ୍ରିକସନ ଡୋଜ୍‌

ନୂଆଦିଲ୍ଲୀ: ୧୮ ରୁ ଅଧିକ ବୟସ ବର୍ଗଙ୍କୁ ଜୁଲାଇ ୧୫ରୁ ମାଗଣାରେ ମିଳିବ ପ୍ରିକସନ ଡୋଜ୍‌। ଏହି ପ୍ରିକସନ ଡୋଜ୍‌ ସମସ୍ତ ସରକାରୀ ଟିକା କେନ୍ଦ୍ରରେ ମାଗଣାରେ ମିଳିବ । ୭୫ ଦିନିଆ ସ୍ପେଶାଲ ଡ୍ରାଇଭ୍ କରି ଟିକା ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି। ଭାରତ ସ୍ୱାଧୀନତାର ୭୫ ବର୍ଷ ପାଳନ କରୁଛି। ଆଜାଦି କା ଅମୃତ କାଲ ଅବସରରେ ଏହି ନିଷ୍ପତ୍ତି ନିଆଯାଇଛି । ଏନେଇ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ସୂଚନା ଦେଇଛନ୍ତି।

Leave A Reply

Your email address will not be published.