ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କାଳବୈଶାଖୀ ପ୍ରଭାବରେ ପାଗରେ ପରିବର୍ତ୍ତନ, ଟ୍ୱିନ୍‌ ସିଟି ସମେତ ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ଝିପିଝିପି ବର୍ଷା

କାଳବୈଶାଖୀ ଓ ବଜ୍ରପାତ ନେଇ ୬ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ବର: ଖରା ଓ ଗୁଳୁଗୁଳିରୁ ଆଶ୍ୱସ୍ତି ଦେଲା କାଳବୈଶାଖୀ। ଅସହ୍ୟ ତାତିରୁ ମିଳିଲା ସାମାନ୍ୟ ତ୍ରାହି । ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସହ ଝିପିଝିପି ବର୍ଷା ହେଉଛି । ଆଗାମୀ ୩ ଘଣ୍ଟା ପାଇଁ କାଳବୈଶାଖୀ ଓ ବଜ୍ରପାତ ନେଇ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଉକ୍ତ ୬ ଜିଲ୍ଲାଗୁଡ଼ିକ ହେଲା ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, କଟକ, କନ୍ଧମାଳ ଓ ଢେଙ୍କାନାଳକୁ। ଏସବୁ ଜିଲ୍ଲାର କିଛି ସ୍ଥାନରେ ଘଡ଼ିଘଡ଼ି ସହ ବର୍ଷା ହୋଇପାରେ। ଗତ କିଛି ଦିନ ହେବ ରାଜ୍ୟରେ ହିଟୱେଭ୍ ଜାରି ରହିଥିଲା ଏବେ କାଳବୈଶାଖୀ ବର୍ଷା ତାତିରୁ ଆଶ୍ୱସ୍ତି ଆଣି ଦେଇଛି।

Leave A Reply

Your email address will not be published.