ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବାଲୁଗାଁରେ ସଡ଼କ ଦୁର୍ଘଟଣା, ତିନି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଗଞ୍ଜାମରୁ ପିକନିକ ଯାଇଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିବା ଏବଂ ଏଥିରେ ରଙ୍ଗେଇଲୁଣ୍ଡା ଅଞ୍ଚଳର ତିନି ଜଣ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରମାନଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ଖବର ଅନୁଯାୟୀ, ବ୍ରହ୍ମପୁର ଓ ଏହାର ଆଖପାଖ ଅଞ୍ଚଳର ପ୍ରାୟ ୨୦ଜଣ ଏକ ବସ୍‌ ଯୋଗେ ତୀର୍ଥ ଭ୍ରମଣରେ ଆସିଥିଲେ । ସମସ୍ତେ ଘଟଗାଁ ତାରିଣୀ ପୀଠରୁ ବୁଲି ଘରକୁ ଫେରୁଥିବା ବେଳେ ଘଟିଥିଲା ମର୍ମନ୍ତୁଦ ଦୁର୍ଘଟଣା । ଖୋର୍ଦ୍ଧା ବାଲୁଗାଁ ଓଭରବ୍ରିଜ୍‌ ନିକଟରେ ବସ୍‌ଟି ଅଟକି ରହି ଯାତ୍ରୀ ମାନେ ପରିସ୍ରା କରିବା ବେଳେ ପଛପଟୁ ଆସି ଟ୍ରକଟି ଧକ୍କା ଦେଇଥିଲା । ଯାହାଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣଙ୍କର ମେଡିକାଲରେ ମୃତ୍ୟୁ ହୋଇଥିଲା । ଦୁର୍ଘଟଣାରେ ମୋଟ୍ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୭ଜଣ ଆହତ ହୋଇଥିଲେ ।

ତେବେ ଏହି ମର୍ମନ୍ତୁଦ ଦୁର୍ଘଟଣାରେ ରଙ୍ଗେଇଲୁଣ୍ଡା ଅଞ୍ଚଳର ୩ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହାସହିତ ଦୁର୍ଘଟଣାରେ ଆହତ ଛାତ୍ର ମାନଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ସେମାନଙ୍କର ଆଶୁ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.