ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମାଣ୍ଡିଆପଲ୍ଲୀ ଦୁର୍ଘଟଣା : ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ପାଇଁ ୩ ଲକ୍ଷ ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର : ଗତ କାଲି ଗଞ୍ଜାମ ଜିଲ୍ଲା ଗୋପାଳପୁର ର ମାଣ୍ଡିଆପଲ୍ଲୀରେ ମୋଟର ଦୁର୍ଘଟଣାରେ ତିନିଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥି ସହିତ ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ୩ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏହି ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସୂଚନାଯୋଗ୍ୟ ମାଣ୍ଡିଆପଲ୍ଲୀ ଗାଁରେ ମଙ୍ଗଳବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା। ତେଲୁଗୁ ବାହାଘର ରୀତି ଅନୁସାରେ କନ୍ୟାଯାତ୍ରୀଙ୍କ ବାଟବରଣ ବେଳେ ଏହି ଦୁର୍ଘଟଣା ଘଟିଛି। କନ୍ୟାଯତ୍ରୀଙ୍କୁ ବାଟବରଣ କରିବା ପାଇଁ ଲୋକ ରୁଣ୍ଡ ହୋଇଥିବା ବେଳେ ଏକ ସ୍କର୍ପିଓ ଆସି ଲୋକଙ୍କ ଉପରେ ମାଡ଼ି ଯାଇଥିଲା। ସ୍ପର୍ପିଓ ଚଢ଼ିଯିବା ପରେ ଘଟଣାସ୍ଥଳରେ ହିଁ ୩ ଜଣଙ୍କର ମୃତ୍ୟୁ ଘଟିଥିଲା। ତେବେ ଏହି ଦୁର୍ଘଟଣାରେ  ୧୨ ଜଣ ଆହତ ହୋଇ ଏବେ ଚିକିତ୍ସାଧୀନ ଅଛନ୍ତି। ମୃତକମାନେ ହେଲେ ଲାଞ୍ଜିପଲ୍ଲୀ ଅଞ୍ଚଳର ସ୍ୱପ୍ନା ରେଡ଼ି(୨୨), ସଞ୍ଜୁ ରେଡ଼ି(୨୩) ,ଭାରତୀ ରେଡ଼ି(ବୟସ ୧୨)। ସମସ୍ତ ଆହତମାନଙ୍କୁ ବ୍ରହ୍ମପୁର ଏମ୍‌କେସିଜି ହସ୍ପିଟାଲ୍‌ରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ବେଳେ ଏମାନଙ୍କ ମଧ୍ୟରୁ ଦୁଇ ଗୁରୁତରଙ୍କୁ କଯକ ସ୍ଥାନାନ୍ତର କରାଯାଇଛି।

Leave A Reply

Your email address will not be published.