ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପ୍ରତିଶୃତି ରଖିଲେ ମୁଖ୍ୟମନ୍ତ୍ରୀ : ‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ ପାଇଁ ଭୁବନେଶ୍ବରରେ ଜମି ଓ ୩ କୋଟି ଅର୍ଥ କଲେ ମଞ୍ଜୁର

ଭୁବନେଶ୍ବର : ଓଡିଆ ସାହିତ୍ୟର ଯଶସ୍ବୀ ସାଧକ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତିରେ ଭୁବନେଶ୍ବରଠାରେ ‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଚନ୍ଦ୍ରଶେଖରପୁର ମୌଜାରେ ଅଧ ଏକର ଜମି ମଞ୍ଜୁର କରିଛନ୍ତି। ଏହାସହିତ ଏହି ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଧ୍ୟ ମଞ୍ଜୁର କରିଛନ୍ତି ।

ସୂଚନାଯୋଗ୍ୟ ଯେ ଗତ ୨୮ ତାରିଖ ଦିନ ନିଖିଳ ଓଡିଶା ମେହେର (ଭୁଲିଆ) ସମାଜର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସ୍ବଭାବ କବିଙ୍କ ସ୍ମୃତିରେ ଭବନ ନିର୍ମାଣ ଓ ଶ୍ରାଦ୍ଧ ଶତବାର୍ଷିକୀ ପାଳନ ବିଷୟରେ ଆଲୋଚନା କରିଥିଲେ। ଏହି ବୈଠକରେ କବିଙ୍କ ସ୍ମୃତିରେ ଭୁବନେଶ୍ବର ଠାରେ ଏକ ଭବନ ନିର୍ମାଣ କରାଯିବା ସହିତ ସ୍ବଭାବ କବିଙ୍କର ଶ୍ରାଦ୍ଧ ଶତବାର୍ଷିକୀ ମାର୍ଚ୍ଚ ୨୦୨୪ରେ ଆୟୋଜନ କରାଯିବା ସଂପର୍କରେ ଆଲୋଚନା ହୋଇଥିଲା। ସ୍ବଭାବ କବିଙ୍କର ସ୍ମୃତିରେ ଭୁବନେଶ୍ବରରେ ଏକ ଭବ୍ୟ ଭବନ ନିର୍ମାଣ କରାଯିବା ସହିତ କବିଙ୍କର ଶ୍ରାଦ୍ଧ ଶତବାର୍ଷିକୀ ଓ ମହାସଭା ୨୦୨୪ରେ ଉପଯୁକ୍ତ ଭାବରେ ପାଳନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିନିଧି ଦଳଙ୍କୁ ପ୍ରତିଶୃତି ଦେଇଥିଲେ।

ଭୁବନେଶ୍ବର ରେ ‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ ହେଲେ ଦୂରଦୂରାନ୍ତରରୁ ପାଠ ପଢିବାକୁ ଆସୁଥିବା ଛାତ୍ରଛାତ୍ରୀ ମାନଙ୍କ ପାଠ ପଢିବା ପାଇଁ ତଥା ଚିକିତ୍ସା ପାଇଁ ଆସୁଥିବା ଲୋକମାନଙ୍କୁ ବିଭିନ୍ନ ସେବା ଏହି ଭବନରେ ଯୋଗାଇ ଦିଆଯିବ ବୋଲି ମେହେର ସମାଜ ପକ୍ଷରୁ ସୂଚନା ଦିଆଯାଇଥିଲା । ମେହେର ସମାଜର ଅନୁରୋଧକୁ ରକ୍ଷା କରି ଜମି ଯୋଗାଇ ଦେବାପାଇଁ ଏବଂ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରି ସ୍ବଭାବ କବିଙ୍କ ଶ୍ରାଦ୍ଧ ଶତବାର୍ଷିକୀ ପାଳନ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ ୧୯୨୪ ମସିହାରେ ସ୍ବଭାବ କବି ମେହେର ସମାଜ (ଭୁଲିଆ)କୁ ସଂଗଠିତ କରି ବରପାଲି ଠାରେ ଏକ ମହାସଭାର ଆୟୋଜନ କରିଥିଲେ। ଏହି ଭୁଲିଆ ସମାଜ ପରବର୍ତ୍ତୀ ସମୟରେ ନିଖିଳ ଓଡିଶା ମେହେର(ଭୁଲିଆ) ସମାଜରେ ପରିଣତ ହୋଇଥିଲା । ଓଡିଆ ଜାତିର ପ୍ରାତଃ ସ୍ମରଣୀୟ କବି ଗଙ୍ଗାଧର ମେହେରଙ୍କ ସ୍ମୃତି ରକ୍ଷା ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜଧାନୀ ଭୁବନେଶ୍ବରର କଳିଙ୍ଗ ହସ୍‌ପିଟାଲ ଛକ, ବ୍ରହ୍ମପୁର ଓ ସମ୍ବଲପୁରରେ ମଧ୍ୟ କବିଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତୀ ସ୍ଥାପନ କରାଯାଇଛି ।

ଓଡିଆ ଜାତିର ପ୍ରାତଃ ସ୍ମରଣୀୟ କବି ଗଙ୍ଗାଧର ମେହେରଙ୍କ ସ୍ମୃତି ରକ୍ଷା ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି ।ରାଜଧାନୀ ଭୁବନେଶ୍ବରର କଳିଙ୍ଗ ହସ୍‌ପିଟାଲ ଛକ, ବ୍ରହ୍ମପୁର ଓ ସମ୍ବଲପୁରରେ ମଧ୍ୟ କବିଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତୀ ସ୍ଥାପନ କରାଯାଇଛି ।ଏତ୍‌ଦବ୍ୟତୀତ କବି ଗଙ୍ଗାଧର ମେହେରଙ୍କ ନାମରେ ୨୦୯୦ କୋଟି ଟଙ୍କାର Ganagadhar Meher Lift Canal system ଜଳସେଚନ ଯୋଜନାର କାମ ଚାଲିଛି ଏବଂ ଏହା ୨୦୨୩ ସେପ୍ଟେମ୍ବର ସୁଦ୍ଧା କାର୍ଯ୍ୟକ୍ଷମ ହେବ। ସେହିପରି ସମ୍ବଲପୁର ଗଙ୍ଗାଧର ମେହେର କଲେଜକୁ ୨୦୧୫ ମସିହାରୁ ଏକକ ବିଶ୍ବବିଦ୍ୟାଳୟର ମାନ୍ୟତା ଦିଆଯାଇଛି । ଶିକ୍ଷାର ପ୍ରସାର ନିମନ୍ତେ ୪୩୦ କୋଟି ଟଙ୍କାର ଓଡ଼ିଶା ଗଙ୍ଗାଧର ମେହେର ଶିକ୍ଷା ମାନକ ବୃଦ୍ଧି ଯୋଜନା କାର୍ଯ୍ୟକାରୀ କରାଯାଉଛି ।

Leave A Reply

Your email address will not be published.