ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ହଜାରିବାଗ ତୀର୍ଥ ଯାତ୍ରୀ ବସ୍ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାର ପାଇଁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ନିର୍ଦେଶ

ଭୁବନେଶ୍ୱର: ମୟୁରଭଞ୍ଜରୁ ବାରଣାସୀକୁ ଯାଇଥିବା ତୀର୍ଥ ଯାତ୍ରୀ ବସ ଫେରିବା ବାଟରେ ଝାରଖଣ୍ଡର ହଜାରିବାଗର ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଏବଂ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିବା ସହିତ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ନିର୍ଦେଶ ଦେଇଛନ୍ତି । ସବୁ ଯାତ୍ରୀ ଯେପରି ଶୀଘ୍ର ନିଜ ନିଜ ଘରକୁ ଫେରିବେ ସେଥିପାଇଁ ଝାରଖଣ୍ଡ ସରକାର ସହ ସମନ୍ୱୟ ରଖି ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ, ମୟୁରଭଞ୍ଜ ଜିଲ୍ଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।

ଏହି ତୀର୍ଥ ଯାତ୍ରୀ ମାନଙ୍କ ମଧ୍ୟ୍ୟରେ ଅନୁଗୁଳ, ଢେଙ୍କାନାଳ ଓ ମୟୁରଭଞ୍ଜର ଲୋକ ମାନେ  ଅଛନ୍ତି।

Leave A Reply

Your email address will not be published.