ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିରୋଧୀ ଦଳ ମୁଖ୍ୟ ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା କିପରି ଅଛି ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଏମ୍ସ ଡାକ୍ତରୀ ଦଳଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଶ୍ରୀ ନାୟକଙ୍କ ଚିକିତ୍ସା ଦାୟିତ୍ୱରେ ଥିବା ଉଭୟ ଏମ୍ସ ଓ ଏସ୍‌ସିବି ଡାକ୍ତରଙ୍କ ସହ କଥା ହୋଇଛନ୍ତି । ତେବେ ବର୍ତ୍ତମାନ ଶ୍ରୀ ନାୟକ କୋଭିଡ ନେଗେଟିଭ୍ ଚିହ୍ନଟ ହୋଇଥିବା ବେଳେ ତାଙ୍କ ଫୁସଫୁସରେ ସଂକ୍ରମଣ ହୋଇଥିବାରୁ ସେ ଏବେ ଭେଣ୍ଟିଲେଟରରେ ଅଛନ୍ତି ।

ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବା ଡାକ୍ତରୀ ଦଳ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛନ୍ତି ଏବଂ ଆଶୁ ଆରୋଗ୍ୟ ନେଇ ସେମାନେ ଯଥା ସମ୍ଭବ ଚେଷ୍ଟା କରୁଥିବା କହିଛନ୍ତି । ତେବେ ପ୍ରଦୀପ୍ତଙ୍କ ଚିକିତ୍ସା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଇଥିବା ସମସ୍ତ ସୁବିଧା ନେଇ ଏମ୍ସ ନିର୍ଦ୍ଦେଶିକା ବି. ଗୀତାଞ୍ଜଳି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଅପରପକ୍ଷରେ ପ୍ରଦୀପ୍ତଙ୍କ ଚିକିତ୍ସା ନେଇ ଡାକ୍ତରଙ୍କ ପ୍ରୟାସକୁ ପ୍ରଶଂସା କରିବା ସହ ପ୍ରଦୀପ୍ତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଯୋଗ୍ୟ ଯେ, କରୋନା ସଂକ୍ରମିତ ହୋଇ ଗତ ୧୬ ଦିନ ହେଲା ଏମ୍ସ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି ଶ୍ରୀ ନାୟକ ।

Leave A Reply

Your email address will not be published.