ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟ କ୍ରୀଡ଼ା କ୍ଷେତ୍ରରେ ଆଉ ଏକ ଇତିହାସ: ୬୬୦ କୋଟି ଟଙ୍କାର କ୍ରୀଡା ଭିତ୍ତିଭୂମି ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ କ୍ରୀଡ଼ା କ୍ଷେତ୍ରରେ ଆଉ ଏକ ଇତିହାସ । ୬୬୦ କୋଟି ଟଙ୍କା କ୍ରୀଡ଼ା ଭିତ୍ତିଭୂମି ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କ୍ରୀଡ଼ା କ୍ଷେତ୍ରକୁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ବ ଦେଇ ଆସିଥିବା ବେଳେ ଆଜି ଏଥିରେ ଆଉ ଏକ ଅଧ୍ୟାୟ ଯୋଡ଼ି ହୋଇଛି ।

ବିଶ୍ଵର ସର୍ବ ବୃହତ ହକି ଷ୍ଟାଡିୟମ ନିକଟରେ ନିର୍ମିତ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଓ ଜିମ଼ନାଷ୍ଟିକ ଏକାଡେମୀ ଆଜି ଉଦଘାଟିତ ହୋଇଛି । ଏହାସହ ସୁନ୍ଦରଗଡ଼ ଜିଲ୍ଲାର ୧୦ଟି ସ୍ଥାନରେ ନିର୍ମିତ ହକି ପ୍ରଶିକ୍ଷଣ କେନ୍ଦ୍ର ଓ ବୀରମିତ୍ରପୁରରେ ନିର୍ମିତ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

୬୬୦ କୋଟି ଟଙ୍କା ବ୍ୟୟ ଅଟକଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ମିତ ହୋଇଥିବା କ୍ରୀଡା ଭିତ୍ତିଭୂମିର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଉରକେଲା ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଓ ଜିମ଼ନାଷ୍ଟିକ ଏକାଡେମୀ ସମ୍ପୂର୍ଣ୍ଣ ଶୀତତାପ ନିୟନ୍ତ୍ରିତ ରହିଛି । ଏଥିରେ ଟେବୁଲ୍ ଟେନିସ, ଜିମ, ଓ୍ବୈଟ ଲିଫଟିଂ, ଯୋଗ କକ୍ଷ, ବ୍ୟାୟମଶାଳା, ଜିମ୍ନାଷ୍ଟିକ ଉପକରଣ ଓ ଅତ୍ୟାଧୁନିକ ଶୌଚାଳୟ ସୁବିଧା ରହିଛି । ବିଶ୍ଵର ସର୍ବ ବୃହତ ହକି ଷ୍ଟାଡିୟମ ନିକଟରେ ନିର୍ମିତ ହୋଇଛି ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଓ ଜିମ଼ନାଷ୍ଟିକ ଏକାଡେମୀ ।

ରାଜ୍ୟରେ ୪୮ଟି ଇନଡୋର ଷ୍ଟାଡିୟମ ଓ ୧୨ଟି ହକି ପ୍ରଶିକ୍ଷଣ କେନ୍ଦ୍ରର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । କଟକ ଟେବୁଲ ଟେନିସ ଏକାଡେମୀ, ରାଉରକେଲା ଜିମ୍ନାଷ୍ଟିକ ଏକାଡେମୀ, ଭବାନୀପାଟଣା ବହୁମୁଖୀ ଇନଡୋର ହଲର  ଉଦଘାଟନ ସହ ଦେବଗଡ଼ରେ ହକି ପ୍ରଶିକ୍ଷଣ କେନ୍ଦ୍ର, କେନ୍ଦ୍ରାପଡ଼ା ଜିଲ୍ଲା ଆଳିରେ ମହିଳା ଫୁଟବଲ ପ୍ରଶିକ୍ଷଣ କେନ୍ଦ୍ର, ରେମୁଣା, ବାଲିଗୁଡ଼ା, କରଞ୍ଜିଆ ଓ ଟିଟିଲାଗଡ଼ରେ ବହୁମୁଖୀ ଇନଡୋର ଷ୍ଟାଡିୟମ, ଭଦ୍ରକରେ ଇନଡୋର ସୁଇମିଂ ପୁଲ୍ ଓ କଟକରେ ଫୁଟବଲ ପ୍ରଶିକ୍ଷଣ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.