ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପ୍ରଧାନମନ୍ତ୍ରୀଙ୍କ ସମେତ ବିଭିନ୍ନ ବିଭାଗର କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନେବା ପରେ ପ୍ରଥମ ଥର ପାଇଁ ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଦିଲ୍ଲୀ ଗସ୍ତରେ ଅଛନ୍ତି। ଗତ ୨୬ ତାରିଖଠୁ ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବିଭିନ୍ନ ବିଭାଗର କେନ୍ଦ୍ରମନ୍ତ୍ରୀମାନଙ୍କୁ ଭେଟିଛନ୍ତି।

ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଉପରାଷ୍ଟ୍ରପତି ଜଗଦୀପ ଧନଖଡଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ। ଏହାପରେ ପରିବହନ ମନ୍ତ୍ରୀ ନୀତିନ ଗଡକରୀ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ମଧ୍ୟ ଭେଟିଥିଲେ। ଏହାପରେ ଆଜି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ଗୃହମନ୍ତ୍ରୀ ଅମିତ୍ ଶାହା, କେନ୍ଦ୍ର ବାଣିଜ୍ୟ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋଏଲ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ସେଖାୱତ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ବିଜେପି ସଧାରଣ ସମ୍ପାଦକ ବି.ଏଲ. ସନ୍ତୋଷଙ୍କୁ ଭେଟି ରାଜ୍ୟ ବିକାଶ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ପରେ ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ।

ତେବେ ଏହି ଗସ୍ତରେ ଓଡ଼ିଶାର ଅନେକ ଗୁଡ଼ିଏ ପ୍ରସଙ୍ଗରେ ଆଲୋଚନା ହୋଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ସମସ୍ତଙ୍କୁ ଭେଟି ଓଡ଼ିଶାର ବିକାଶ ନେଇ ଯୋଜନା ସମ୍ପର୍କରେ ଆଲୋଚନା କରାଯାଇଛି । ଏହାସହ ଶ୍ରୀଜିଉଙ୍କ ଘୋଷଯାତ୍ରାକୁ ସମସ୍ତଙ୍କୁ ଅମାନ୍ତ୍ରଣ କରାଯାଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.