ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

‘ବର୍ଷକ ମଧ୍ୟରେ ପଦମପୁର ହେବ ଜିଲ୍ଲା’, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବରଗଡ଼: ଖୁବଶୀଘ୍ର ପୂରଣ ହେବ ପଦମପୁର ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି । ବର୍ଷେ ଭିତରେ ପଦମପୁରକୁ ଜିଲ୍ଲା ମାନ୍ୟତା ମିଳିବା ନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଝାରବନ୍ଧରେ ଆୟୋଜିତ ସାଧାରଣ ସଭାକୁ ଉଦବୋଧନ କରି ଏହି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଁ ଯାହା ପ୍ରତିଶ୍ରୁତି ଦିଏ ତାକୁ ପୁରା କରେ । ମୁଁ କଥାରେ ନୁହେଁ କାମରେ ବିଶ୍ୱାସ କରେ ।

ଝାଡବନ୍ଧରେ ଆୟୋଜିତ ହୋଇଥିବା ସଭାରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୧ଟି ପ୍ରବଳ୍ପର ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ମିଶନ ଶକ୍ତି ଅନ୍ତର୍ଗତରେ ମହିଳାଙ୍କ କାମକୁ ନେଇ ସେ ବେସ ଖୁସି ଅଛନ୍ତି । ମିଶନ ଶକ୍ତିର ମା’ମାନଙ୍କୁ ୧ କୋଟି ୨୩ ଲକ୍ଷ ଟଙ୍କାର ସହାୟତା ରାଶି ଦେବା କଥା ମଧ୍ୟ ଘୋଷଣା କରିଥିଲେ । ଏହି ଟଙ୍କାକୁ ବ୍ୟବହାର କରି ମା’ମାନେ ଉଦ୍ୟୋଗୀ ହେବେ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି । ଲୋକଙ୍କ ସ୍ନେହଶ୍ରଦ୍ଧା ତାଙ୍କୁ ଅଭିଭୂତ କରିଛି ବୋଲି ମଧ୍ୟ ସେ କହିଥିଲେ । ବିକାଶ ପାଇଁ ସାଧାରଣ ଲୋକ ଦେଇଥିବା ପ୍ରସ୍ତାବକୁ ତାଙ୍କ ସରକାର ଗ୍ରହଣ କରିଛନ୍ତି । ପାଇକମାଳ ପିଏଚସିକୁ ସିଏଚସି କରାଯାଇଛି । ପଦମପୁରରେ ବିଭିନ୍ନ ବିକାଶମୁଳକ କାର୍ଯ୍ୟ ପାଇଁ ୯୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଂଜୁର କରିଛନ୍ତି ।

ସୂଚନାଯୋଗ୍ୟ ଯେ, ପଦମପୁର ଉପନିର୍ବାଚନ କାଳରେ ମୁଖ୍ୟମନ୍ତ୍ରୀ ପଦମପୁରକୁ ଜିଲ୍ଲା କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଗତବର୍ଷ ଡିସେମ୍ବର ମାସରେ ଏନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

Leave A Reply

Your email address will not be published.