ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବିଧାୟକ କିଶୋର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: ଅବେଳରେ ‘କିଶୋର’ ଅସ୍ତ । ରାଜନୀତି କରିବା ବୋଧ ହୁଏ ରକ୍ତରେ ଲେଖା ଥିଲା । ସେଥିପାଇଁ ଅନ୍ୟାୟ ବିରୋଧରେ ଛାତ୍ର ରାଜନୀତିରୁ ଦୃଢ ପ୍ରତିବାଦ କରିଆସୁଥିଲେ । ସେଥିପାଇଁ ସେ ଜନନେତା । ପଶ୍ଚିମ ଓଡ଼ିଶାର ଦାଦା । ୪ ଥରର ବିଧାୟକ । ଏଭଳି ସମୟରେ ହଠାତ ବ୍ରଜରାଜନଗର ବିଧାୟକଙ୍କ ବିୟୋଗକୁ କେହି ଗ୍ରହଣ କରିପାରୁ ନାହାଁନ୍ତି । ମୁଖ୍ୟମନ୍ତ୍ରୀ କିଶୋରଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ଆକସ୍ମିକ ବିୟୋଗରେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି ।

ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଦୁଃଖଦ ଖବରରେ ସେ ଗଭୀର ଭାବରେ ମର୍ମାହତ ହୋଇଛନ୍ତି । ସେ ଜଣେ ଜନପ୍ରିୟ ନେତା ଭାବରେ ଦଳମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ। ବାଚସ୍ପତି ଭାବେ ଉଚ୍ଚ ସଂସଦୀୟ ପରମ୍ପରା ବଜାୟ ରଖିବା ସହିତ ସବୁ ଦଳର ବିଧାୟକ ମାନଙ୍କ ସମ୍ମାନର ଅଧିକାରୀ ହୋଇପାରିଥିଲେ । ମନ୍ତ୍ରୀ ତଥା ବିଧାୟକ ଭାବରେ ଓଡିଶାର ବିକାଶ ପାଇଁ ତାଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଛି ।

ଏଥିସହିତ ପଢ଼ନ୍ତୁ

ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବରେ ମଧ୍ୟ ସେ ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । କିଭଳି ଭାବରେ ପଶ୍ଚିମ ଓଡ଼ିଶାର ସାମଗ୍ରିକ ବିକାଶ ହୋଇପାରିବ । କିଭଳି ଉକ୍ତ ଜିଲ୍ଲା ମାନଙ୍କର ଲୋକଙ୍କ ପାଖରେ ଆବଶ୍ୟକୀୟ ସୁବିଧା ସୁଯୋଗ ପହଁଚିପାରିବ ସେନେ ସଦା ଚେଷ୍ଟିତ ଥିଲେ । ସେହିପରି ପଶ୍ଚିମ ଓଡିଶାରେ ବିଜୁ ଜନତା ଦଳର ସାଂଗଠନିକ କାର୍ଯ୍ୟକ୍ରମକୁ ଦୃଢ ନେତୃତ୍ୱ ଦେଇଥିଲେ । ସେବା ଓ ପ୍ରତିବଦ୍ଧତା ତାଙ୍କ ବ୍ୟକ୍ତିତ୍ବର ଅନନ୍ୟ ଦିଗ ଥିଲା । ପରଲୋକଗତ ଆତ୍ମାର ସଦ୍ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

Leave A Reply

Your email address will not be published.