ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମିଶନାରୀ ଅନୁଷ୍ଠାନର ଅନ୍ତେବାସୀ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଓଡିଶାରେ ମିଶନାରିଜ୍ ଅଫ ଚାରିଟୀ ଦ୍ବାରା ପରିଚାଳିତ ବିଭିନ୍ନ ସଂସ୍ଥା ଯଥା କୁଷ୍ଠାଶ୍ରମ ଓ ଅନାଥାଶ୍ରମ ମାନଙ୍କରେ ଥିବା ଅନ୍ତେବାସୀମାନେ ଯେପରି କୌଣସି ସମସ୍ୟା ବିଶେଷ କରି ଖାଦ୍ୟ ନିରାପତ୍ତା ତଥା ସ୍ବାସ୍ଥ୍ୟ ସଂପର୍କୀତ ସମସ୍ୟାର ସମ୍ମୁଖୀନ ନ ହୁଅନ୍ତି, ତାକୁ ଦୃଷ୍ଟିରେ ରଖି ଆଗୁଆ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକ ପଡିଲେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସଂସ୍ଥାଗୁଡିକୁ ତୁରନ୍ତ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହିସବୁ ଅନୁଷ୍ଠାନ ସହ ନିୟମିତ ଯୋଗାଯୋଗରେ ରହିବା ସହ ଖାଦ୍ୟ ଏବଂ ସ୍ବାସ୍ଥ୍ୟ ସଂପର୍କିତ ସମସ୍ୟାର ସମାଧାନ କରିବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.