ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସୁଛି ବଡ଼ ବର୍ଷା: ଭୟଭୀତ ନହୋଇ ନିଜେ ସୁରକ୍ଷିତ ରହିବା ସହ ପରିବାରକୁ ସୁରକ୍ଷିତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର: ଆଜି ରାତିରୁ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ଚାରି ଜିଲ୍ଲାବାସୀଙ୍କୁ ସୁରକ୍ଷିତ ରହିବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୟଭୀତ ନହୋଇ ପ୍ରଶାସନକୁ ସହଯୋଗ କରିବାକୁ ପରାମର୍ଶ ଦେଇଛନ୍ତି । ନିଜେ ସୁରକ୍ଷିତ ରହିବା ସହ ପରିବାରକୁ ସୁରକ୍ଷିତ ରଖନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସୂଚନା ଯୋଗ୍ୟ ଯେ, ଗଭୀର ଅବପାତର ରୂପ ନେଇଛି ଲଘୁଚାପ । ଗଭୀର ଅବପାତରେ ପରିଣତ ହୋଇ ଏହା ଆଜି ସନ୍ଧ୍ୟା ସୁଦ୍ଧା ବାଲେଶ୍ୱର ଓ ସାଗର ଦ୍ୱୀପ ଦେଇ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ଅତିକ୍ରମ କରିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି । ତେବେ ଏହା ବାତ୍ୟାରେ ପରିଣତ ହେବ ନାହିଁ ବୋଲି କହିଛନ୍ତି  IMD ମୃତ୍ୟୁଞ୍ଜୟ ମହାପାତ୍ର । ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ୫୫ରୁ ୬୫ କିମି ବେଗରେ ପବନ ବହିବ । ଆଭ୍ୟନ୍ତରୀଣ ଅଞ୍ଚଳରେ ପବନର ବେଗ କମ୍ ରହିବ । ଗଭୀର ଅବପାତ ପାଇଁ ଓଡ଼ିଶାରେ ବର୍ଷା ହେଉଛି । ଉତ୍ତର ଓଡ଼ିଶାରେ ଆଜି ସବୁଠୁ ଅଧିକ ବର୍ଷା ହେବ । କାଲି ବର୍ଷାର ପରିଣାମ ବଢ଼ିବ । ବନ୍ଦରଗୁଡିକରେ ୩ ନମ୍ବର ବିପଦ ସଙ୍କେତ ଜାରି ହୋଇଛି । ସେହିପରି କାଲି ମଧ୍ୟାହ୍ନ ଯାଏ ସମୁଦ୍ର ଅଶାନ୍ତ ରହିବ । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦେଇଛି ଭାରତୀୟ ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.