ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ବିଜୟଶ୍ରୀ ରାଉତରାୟ । ସ୍ବର୍ଗତ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ବର୍ଗତ ରାଉତରାୟ ଜଣେ ଲୋକପ୍ରିୟ ରାଜନେତା ତଥା ଅମାୟିକ ବ୍ୟକ୍ତିତ୍ବ ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବିଜୟଶ୍ରୀଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି, ଜନପ୍ରତିନିଧି ଭାବେ ତାଙ୍କ ଲୋକଭିମୁଖୀ କାର୍ଯ୍ୟ ପାଇଁ ସେ ଚିର ସ୍ମରଣୀୟ ରହିବେ ବୋଲି ଦଳୀୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ବିଜୟଶ୍ରୀ ରାଉତରାୟଙ୍କ ପରଲୋକ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ଫୋନ ଯୋଗେ ସ୍ବର୍ଗତ ରାଉତରାୟଙ୍କ ପୁଅ ତଥା ବିଧାୟକ ବିଷ୍ଣୁ ବ୍ରତ ରାଉତରାୟଙ୍କ ସହ କଥା ହୋଇ ସମବେଦନା ଜଣାଇଛନ୍ତି ।


ସେହିଭଳି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ, ଶକ୍ତି ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟ ଶଙ୍କର ମିଶ୍ର ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ରାଜ୍ୟ ଯୋଜନା ବୋର୍ଡ ଅଧ୍ୟକ୍ଷ ସଞ୍ଜୟ ଦାସବର୍ମା ବିଜୟଶ୍ରୀଙ୍କ ଦେହାନ୍ତରେ ଶୋକବ୍ୟକ୍ତ କରିଛନ୍ତି ।

Leave A Reply

Your email address will not be published.