ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସନ୍ତାକାଲିଠାରୁ ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ଦିଲ୍ଲୀ ଗସ୍ତ

ଭୁବନେଶ୍ବର: ଆସନ୍ତାକାଲିଠାରୁ ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ଦିଲ୍ଲୀ ଗସ୍ତ। ୨୫ତାରିଖରେ ରାଷ୍ଟ୍ରପତିଙ୍କ ଶପଥ ପାଠ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଏହାପରେ ୨୬ରେ ଓଡ଼ିଶା ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହେବା ପରେ ସାରା ଦେଶ ଆନନ୍ଦମୁଖର ହୋଇପଡ଼ିଛି। ସ୍ବାଧୀନତ୍ତୋର ଭାରତରେ ପ୍ରଥମଥର ପାଇଁ ଜଣେ ମହିଳା ଆଦିବାସୀ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ଅଧିଷ୍ଠିତ ହେବାକୁ ଯାଉଥିବାରୁ ବିଭିନ୍ନ ମହଲରେ ଉତ୍ସାହ ଦେଖାଯାଇଛି। ଆସନ୍ତା ୨୫ ତାରିଖରେ ଦ୍ରୌପଦୀ ମୁର୍ମୁ ଶପଥ ନେବେ ।

ଚଳିତ ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ତୁଲାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନଡିଏ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବା ପରେ ପ୍ରଥମେ ବିଜେଡି ତାଙ୍କୁ ସହଯୋଗ କରିବ ବୋଲି ଘୋଷଣା କରିଥିଲେ ନବୀନ । ନିର୍ବାଚନରେ ଯେପରି ଓଡ଼ିଶାରୁ କୌଣସି ଭୋଟ୍‌ ନାକାଚ ନହୁଏ ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ କହିଥିଲେ ମୁଖ୍ୟମନ୍ତ୍ରୀ । ଦଳମତ ନିର୍ବିଶେଷରେ ସବୁ ଦଳ ଓଡ଼ିଆ ଝିଅଙ୍କୁ ଭୋଟ୍‌ ଦେବାକୁ ମଧ୍ୟ ଆହ୍ୱାନ କରିଥିଲେ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.