bitcoin
Bitcoin (BTC) 2,305,132.35 0.09%
ethereum
Ethereum (ETH) 149,399.55 2.44%
tether
Tether (USDT) 77.59 0.05%
bnb
BNB (BNB) 24,919.30 2.59%
usd-coin
USD Coin (USDC) 77.74 0.13%
xrp
XRP (XRP) 30.87 2.08%
binance-usd
Binance USD (BUSD) 77.51 0.07%
cardano
Cardano (ADA) 39.14 2.02%
solana
Solana (SOL) 3,596.44 4.91%
polkadot
Polkadot (DOT) 754.17 2.52%

ଝଡ଼ର ଇଗଲଙ୍କୁ ଝୁରୁଛି ଓଡ଼ିଶା, ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାସୁମନ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମନେ ପଡ଼ନ୍ତି ବିଜୁ ବାବୁ । ଝଡ଼ର ଇଗଲଙ୍କୁ ଝୁରୁଛି ଓଡ଼ିଶା । ବିଜୁ ପଟ୍ଟନାୟକ, ଓଡିଆମାନଙ୍କର ଗର୍ବ ଏବଂ ଗୌରବ, ଆଧୁନିକ ଓଡିଶାର କିମ୍ବଦନ୍ତୀ ନେତା ତଥା ସ୍ଥପତି, ସେ ନିଜକୁ ଭୂମିପୁତ୍ର ଭାବରେ ପ୍ରମାଣିତ କରିଛନ୍ତି ତାଙ୍କର ଅଭିନବ, ସାହସ ଏବଂ କ୍ରାନ୍ତିକାରୀ ପଦକ୍ଷେପ ମାଧ୍ୟମରେ | ଇତିହାସ ଯେତିକି ପଢ଼ିଥିଲେ, ତାହାଠାରୁ ଅଧିକ ଇତିହାସ ରଚିଥିଲେ ପ୍ରବାଦ ପୁରୁଷ ଦ ଟଲ୍ ମ୍ୟାନ୍ ବିଜୁ ପଟ୍ଟନାୟକ । ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ । ଆଜି ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ରାଜ୍ୟର କୋଣ ଅନୁକୋଣରେ ହେଉଛି ତାଙ୍କ ସ୍ମୃତିଚାରଣ । ଏହି ଅବସରରେ ବିଧାନସଭା ପରିସରରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିବା ସହ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଆ ଜାତିର ସ୍ବାଭିମାନ ବିଜୁ ବାବୁ । ସେ ଦେଖାଇଥିବା ମାର୍ଗ ଏବେ ଓଡ଼ିଶାକୁ ବିକାଶର ବିଭିନ୍ନ କ୍ଷେତ୍ରରେ ଅଗ୍ରଣୀ କରିଛି । ତାଙ୍କ ନୀତି ଆଦର୍ଶ ସର୍ବଦା ଆମକୁ ଲୋକଙ୍କ ସେବା ପାଇଁ ଅନୁପ୍ରାଣିତ କରିବ ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।

ସେପଟେ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସକୁ ନେଇ ରାଜଧାନୀରେ ବ୍ୟାପକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଫରେଷ୍ଟ ପାର୍କରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି । ଏହି ଅବସରରେ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମେୟର ସୁଲୋଚନା ଦାସ, ବିଧାୟକ ସୁଶାନ୍ତ ରାଉତ, ବିଜେଡି ନେତା ସଞ୍ଜୟ ଦାସବର୍ମାଙ୍କ ସହ ଦଳୀୟ କର୍ମୀ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଓଡ଼ିଶା ମୋ ପରିବାର ପକ୍ଷରୁ ପ୍ରତି ନିର୍ବାଚନ ମଣ୍ଡଳୀରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ୧୫ଦିନ ଧରି ରକ୍ତଦାନ ଶିବିର ଚାଲିବ ।

Leave a comment