ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କୋଭିଡ ସ୍ଥିତିର ସମୀକ୍ଷା କଲେ ମୁଖ୍ଯମନ୍ତ୍ରୀ: ବୁଷ୍ଟର ଡୋଜକୁ ଗୁରୁତ୍ୱ, ସଙ୍ଗରୋଧରେ ଚିକିତ୍ସିତ ହେଉଥିବା ରୋଗୀଙ୍କର ସଠିକ ତଦାରଖ କରିବାକୁ ପରାମର୍ଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର କୋଭିଡ ସ୍ଥିତି ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି । ତା ସହିତ ବରିଷ୍ଠ ନାଗରିକ ଓ ସମ୍ମୁଖ ଯୋଦ୍ଧାଙ୍କୁ ବୁଷ୍ଟର ଡୋଜ ଦେବା ଉପରେ ମଧ୍ୟ  ଗୁରୁତ୍ୱାରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ବର୍ତ୍ତମାନ ସକ୍ରିୟ କୋଭିଡ ରୋଗୀ ସଂଖ୍ୟା ସ୍ଥିର ରହିଥିବା ବେଳେ ନୂଆ ପଜିଟିଭ କେସ୍‌ରେ ମଧ୍ୟ ହ୍ରାସ ଘଟିଛି । ତୃତୀୟ ଲହରରେ ଡାକ୍ତରଖାନା ଉପରେ ବିଶେଷ ଚାପ ପଡିନାହିଁ । କିନ୍ତୁ ଏଥିରେ ଆତ୍ମସନ୍ତୋଷର ସ୍ଥାନ ନାହିଁ । ସମ୍ପୂର୍ଣ୍ଣ ପ୍ରସ୍ତୁତ ରହି ପ୍ରଶାସନ ପରିସ୍ଥିତି ଉପରେ ନଜର ରଖିବାକୁ ପରାମର୍ଶ ଦେଇଛନ୍ତି ।

ମିଶନ ଶକ୍ତି ଗୋଷ୍ଠୀ ମାନଙ୍କର ସକ୍ରିୟ ସହଯୋଗରେ ସାରା ରାଜ୍ୟରେ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଜନସାଧାରଣ ଯେପରି କୋଭିଡ ସୁରକ୍ଷା ନିୟମାବଳୀ ଠିକ୍‌ ଭାବରେ ପାଳନ କରନ୍ତି, ସେଥିପ୍ରତି ବିଶେଷ ଯତ୍ନବାନ ହେବା ପାଇଁ ପୋଲିସକୁ ପରାମର୍ଶ ପ୍ରଦାନ କରିଛନ୍ତି । ସେହିପରି ପୃଥକ ବାସରେ ଘରେ ରହି ଚିକିତ୍ସିତ ହେଉଥିବା ରୋଗୀ ମାନଙ୍କର ସ୍ବାସ୍ଥ୍ୟ ଅବସ୍ଥା ସଂପର୍କରେ Rapid Response Team ଓ କର୍ମଚାରୀ ମାନେ ଠିକ୍ ଭାବରେ ତଦାରଖ କରିବା ପାଇଁ ମଧ୍ୟ ପରାମର୍ଶ ଦେଇଥିଲେ ।

ବର୍ତ୍ତମାନ ପରିସ୍ଥିତିରେ ଆତଙ୍କିତ ନ ହୋଇ କୋଭିଡ ସୁରକ୍ଷା ନିୟମାବଳୀକୁ ସଠିକ୍‌ ଭାବରେ ପାଳନ କରିବା ପାଇଁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଉନ୍ନୟନ କମିଶନର ତଥା ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କୋଭିଡ ନିୟମାବଳୀର ପରିପାଳନ ନିମନ୍ତେ ପ୍ରଶାସନ ନେଇଥିବା ବିଭିନ୍ନ ପଦକଷେପ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର୍.କେ ଶର୍ମା ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ଏକ ବିସ୍ତୃତ ଚିତ୍ର ଉପସ୍ଥାପନା କରିଛନ୍ତି  ।

ରାଜ୍ୟରେ ଦୈନିକ ଟେଷ୍ଟିଂ ୬୫ ହଜାରରୁ ୭୦ ହଜାର ରହିଥିବା ବେଳେ, ପଜିଟିଭିଟି ହାର ୧୧.୪ ପ୍ରତିଶତ ରହିଛି । ଯାହାକି ଜାତୀୟ ହାର ଠାରୁ କମ୍‌ ଅଟେ। ଯାଜପୁର, ବାଲେଶ୍ୱର, କଟକ, ସୁନ୍ଦରଗଡ ଓ ଖୋର୍ଦ୍ଧାରେ ପଜିଟିଭିଟି ହାର ତୁଳନାତ୍ମକ ଭାବେ ଅଧିକ ରହିଛି । ସେହିପରି ଟିକାକରଣ ସ୍ଥିତି ମଧ୍ୟ ସନ୍ତୋଷଜନର ରହିଛି ବୋଲି ଆର. କେ ଶର୍ମା ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ  ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।

Leave A Reply

Your email address will not be published.