ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କୋଭିଡ୍‌ ମୁକାବିଲା ପାଇଁ ବିଏମସିକୁ ଆଉ ୨୦କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ ପରିଚାଳନା ନେଇ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । କୋଭିଡ୍‌ ପରିଚାଳନା ପାଇଁ ବିଏମସିକୁ ଆଉ ୨୦କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଏହି ଅର୍ଥ ପ୍ରଦାନ କରାଯିବ । ପୂର୍ବରୁ ରାଜଧାନୀରେ କରୋନା ମୁକାବିଲା ପାଇଁ ୭୭କୋଟି ଟଙ୍କା ଦିଆଯାଇଛି । ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ କୋଭିଡ୍‌ ହସ୍ପିଟାଲ ରହିଛି । ଏଠାରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ମଧ୍ୟ ସର୍ବାଧିକ । ରାଜ୍ୟର ବିଭିନ୍ନ ଅଞ୍ଚଳର କୋଭିଡ଼ ରୋଗୀ ଭୁବନେଶ୍ୱରକୁ ଚିକିତ୍ସା ପାଇଁ ଆସିଥାନ୍ତି । ତେଣୁ ଭୁବନେଶ୍ୱରରେ ଆବଶ୍ୟକତା ଅନୁସାରେ ଏହି ଅର୍ଥ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.