ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଦୁଇଟି ପୁସ୍ତକ ‘ଆଜିର ଦିନଟି ମୋର’ ଏବଂ ‘ଉର୍ବଶୀର ଗାଁ’ ଉନ୍ମୋଚିତ

ଆଜି ନବୀନ ନିବାସରେ ଦୁଇଟି ପୁସ୍ତକ ‘ଆଜିର ଦିନଟି ମୋର’ ଏବଂ ‘ଉର୍ବଶୀର ଗାଁ’ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପୁସ୍ତକ ‘ଆଜିର ଦିନଟି ମୋର’ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଗଞ୍ଜାମ ଜିଲ୍ଲାପାଳ ଶ୍ରୀ ବିଜୟ ଅମୃତ କୁଲାଙ୍ଗେଙ୍କ ଦ୍ବାରା ରଚିତ । ଏଥିରେ ସେ ତାଙ୍କ ଜୀବନର ସଂଘର୍ଷ ଓ ସଫଳତାକୁ ଅତି ଜୀବନ୍ତ ଭାବରେ ଉପସ୍ଥାପନ କରିଛନ୍ତି । ସଫଳତା ଉପରେ ସମସ୍ତଙ୍କର ଅଧିକାର ଅଛି । କିନ୍ତୁ ତାକୁ ଛୁଇଁବା ପାଇଁ ଦରକାର ଉଦ୍ୟମଶୀଳତା, ସାଧନା ଓ ପ୍ରତିବଦ୍ଧତା । ପୁସ୍ତକଟି ଯୁବ ସମାଜ ପାଇଁ ପ୍ରେରଣାଦାୟୀ ହେବା ସହିତ ପାଠକୀୟ ଆଦର ଲାଭ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ସେହିପରି କବି ରବିପ୍ରିୟ ଦାଶଙ୍କ କବିତା ସଙ୍କଳନ ‘ଉର୍ବଶୀର ଗାଁ’ ପୁସ୍ତକରେ ପ୍ରକୃତିର ମହନୀୟତା ସହିତ ତାଙ୍କ ଜୀବନ ଯାତ୍ରାର ଅନୁଭବର ସାବଲୀଳ ଉପସ୍ଥାପନା କବିତା ଗୁଡିକୁ ଅଧିକ ଆକର୍ଷଣୀୟ କରିପାରିଛି । ମୁଖ୍ୟମନ୍ତ୍ରୀ ପୁସ୍ତକର ସଫଳତା କାମନା କରିଛନ୍ତି ।

Leave A Reply

Your email address will not be published.