ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର : ଆଜି ଅକ୍ଷୟ ତୃତୀୟା। ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ତିଥ୍ୟକୁ ଅକ୍ଷୟ ତୃତୀୟା ବା ଅକ୍ଷି ତୃତୀୟା ଭାବେ ପାଳନ କରାଯାଏ। ଏହା ମୁଖ୍ୟତଃ ଏକ କୃଷିଭିତ୍ତିକ ପର୍ବ ହୋଇଥିବାରୁ ଓଡ଼ିଶାର ପୂରପଲ୍ଲୀରେ କୃଷକମାନେ ଏହାକୁ ବେଶ୍ ଆନନ୍ଦ ଓ ଉତ୍ସାହର ସହ ପାଳନ କରିଥାନ୍ତି। ଏହିଦିନ କୃଷକମାନେ ଭଲ ତିଥ୍ ଓ ସମୟ ଯୋଗ ଦେଖ୍ ଅକ୍ଷିମୁଠି ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାନ୍ତି। ଅକ୍ଷୟ ତୃତୀୟା କୃଷକ ସମାଜ ପାଇଁ ଏକ ମହାନ ପର୍ବ । ଏହି ପବିତ୍ର ଦିନକୁ ରାଜ୍ୟ ସରକାର ‘କୃଷକ ଦିବସ’ ଭାବେ ଘୋଷଣା କରିଛନ୍ତି । କୃଷି ଓ କୃଷକଙ୍କୁ ଉପଯୁକ୍ତ ସମ୍ମାନ ଦେବା ତଥା ସମସ୍ତ ଚାଷୀ ଭାଇମାନଙ୍କୁ ଉତ୍ସାହିତ କରିବା ହେଉଛି ‘କୃଷକ ଦିବସ’ ପାଳନର ମୂଳ ଉଦେଶ୍ୟ।


ଆଜି ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ବିଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ‘ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଚାଷୀମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ। ଏହି ଅବସରରେ ଚାଷୀ ଭାଇଭଉଣୀଙ୍କ ସୁଖ ଓ ସମୃଦ୍ଧିମୟ ଜୀବନ କାମନା କରୁଛି।’

ଅନ୍ୟପଟେ  ଆଜି ରାଜ୍ୟ ସରକାର ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଉପଲକ୍ଷେ ଚାଷୀମାନଙ୍କୁ ‘କାଳିଆ’ ଭେଟି ପ୍ରଦାନ କରିବେ। ରାଜ୍ୟର ୪୦ ଲକ୍ଷରୁ ଊର୍ଦ୍ଧ୍ବ  କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାୟ ୮୦୪ କୋଟି ଟଙ୍କାର ସହାୟତା ପ୍ରଦାନ କରାଯିବ। ମଙ୍ଗଳବାର ଅପରାହ୍ନରେ ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଅର୍ଥ ରାଶି ଯିବ। ସରକାର ପ୍ରଥମ ପର୍ଯ୍ୟାୟରେ ୫ ବର୍ଷ ପାଇଁ ଏହି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ ହେଁ ପୁନର୍ବାର ଏହାର ଅବଧିକୁ ବୃଦ୍ଧି କରିଛନ୍ତି। ଆଜି ଅକ୍ଷୟ ତୃତୀୟାରେ ରାଜ୍ୟର ପ୍ରାୟ ୪୦ ଲକ୍ଷ ଚାଷୀଙ୍କୁ କାଳିଆ କିସ୍ତି ବାବଦରେ ସହାୟତା ରାଶି ମୁଖ୍ୟମନ୍ତ୍ରୀ ପ୍ରଦାନ କରିବେ ।

Leave A Reply

Your email address will not be published.