ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଉଲ୍ଲେଖନୀୟ ନେତୃତ୍ବ ପାଇଁ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହେଲ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର: ନବୀନଙ୍କୁ ବଡ଼ ସମ୍ମାନ । ମୁଖ୍ଯମନ୍ତ୍ରୀଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ। ଉଲ୍ଲେଖନୀୟ ନେତୃତ୍ବ ପାଇଁ ଏହି ସମ୍ମାନରେ ସମ୍ମାନିତ କରାଯାଇଛି। ନୂଆ ଦିଲ୍ଲୀର ଇଣ୍ଡିଆ ଇଂଟରନେସନାଲ ସେଂଟରରେ କ୍ୟାପିଟାଲ ଫାଉଣ୍ଡେସନ୍ ସୋସାଇଟି ପକ୍ଷରୁ ତାଙ୍କୁ ସମ୍ମାନିତ କରାଯାଇଛି । ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ.ଭି ରମଣାଙ୍କ ଠାରୁ ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଦୀର୍ଘ ଦୁଇ ଦଶନ୍ଧି ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଅନନ୍ୟ ନେତୃତ୍ୱ ଦ୍ୱାରା ଓଡ଼ିଶାକୁ ବିଶ୍ୱ ଦରବାରରେ ଏକ ନୂଆ ପରିଚୟ ପ୍ରଦାନ କରିଛନ୍ତି। ଖାଦ୍ୟ ସୁରକ୍ଷାଠାରୁ ଆରମ୍ଭ କରି ବିପର୍ଯ୍ୟୟ ପରିଚାଳନା, କ୍ରୀଡ଼ାର ବିକାଶ, ମହିଳା ସଶକ୍ତିକରଣ କ୍ଷେତ୍ରରେ ଓଡ଼ିଶା ଅନ୍ୟମାନଙ୍କ ପାଇଁ ଉଦାହରଣୀୟ ହୋଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରର ବହୁ ପ୍ରତିଷ୍ଠିତ ସଂସ୍ଥା ପକ୍ଷରୁ ପୂର୍ବରୁ ସମ୍ମାନିତ କରାଯାଇଛି।

 

Leave A Reply

Your email address will not be published.