ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପବିତ୍ର ମହାଳୟା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ବର: ପବିତ୍ର ମହାଳୟା ଅବସରରେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମା’ ଦୁର୍ଗା ସମସ୍ତଙ୍କୁ ସୁଖ ଓ ସମୃଦ୍ଧିର ଆଶୀର୍ବାଦ ପ୍ରଦାନ କରନ୍ତୁ ବୋଲି କହିଛନ୍ତି ନବୀନ।

ଆଜି ମହାଳୟା ଅବସରରେ ପିତୃ ପୁରୁଷଙ୍କୁ ପିଣ୍ଡ ଦେବାର ପରମ୍ପରା ରହିଛି । ଏହି ପିଣ୍ଡ ପିତୃକୂଳର ୩ ପୁରୁଷ ପିତା, ପିତାମହ ଏବଂ ପ୍ରମିତାମହ ତଥା ମାତୃକୂଳର ମାତାମହ, ପ୍ରମାତାମହ ଏବଂ ବୃଦ୍ଧ ପ୍ରମାତାମହଙ୍କ ଉଦ୍ଦେଶ୍ୟରେ ଅର୍ପଣ କରାଯାଇଥାଏ। ଆଜିର ଦିନରେ ଯେଉଁ ପିଣ୍ଡଦାନ କରାଯାଏ, ସେଥିରେ ପିତୃପୁରୁଷଙ୍କୁ ପୂର୍ଣ୍ଣ ମୋକ୍ଷ ପ୍ରାପ୍ତି ହେବାର ବିଶ୍ବାସ ରହିଛି । ଅନେକ ଗୃହସ୍ଥ ମଧ୍ୟ ନିଜର ସ୍ୱଗୃହରେ ଏହି ଅବସରରେ ତର୍ପଣ କରିବା ସହ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିଥାନ୍ତି।

ହିନ୍ଦୁ ଧର୍ମ ପରମ୍ପରାରେ ପିତୃପୁରୁଷଙ୍କ ପାଇଁ ପାଳନ କରାଯାଉଥିବା ବିଭିନ୍ନ ଶ୍ରାଦ୍ଧ କର୍ମ ମଧ୍ୟରେ ମହାଳୟା ଶ୍ରେଷ୍ଠତମ । ଦୁଇବର୍ଷ ପରେ ମହାଳୟାରେ ଭକ୍ତଙ୍କ ପାଇଁ ଖୋଲା ରହିଛି ବିଭିନ୍ନ ଧର୍ମାନୁଷ୍ଠାନ । କୋରୋନା ପାଇଁ ଗତ ଦୁଇ ବର୍ଷ ପୁରୀ ଓ ଭୁବନେଶ୍ବର ବିନ୍ଦୁସାଗରରେ ପିଣ୍ଡଦାନ ବନ୍ଦ ରହିଥିଲା । ଚଳିତବର୍ଷ କଟକଣା ନଥିବାରୁ ପିଣ୍ଡଦାନ ପାଇଁ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ସେପଟେ ପବିତ୍ର ମହାଳୟାରେ ଭକ୍ତଙ୍କୁ ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି, ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ । ମାଆଙ୍କ ଏହି ବେଶକୁ ଦର୍ଶନ କଲେ ଗଙ୍ଗା ଦର୍ଶନର ଲାଭ ମିଳିଥାଏ ବୋଲି ବିଶ୍ବାସ ରହିଛି ।

Leave A Reply

Your email address will not be published.