ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର କରିବେ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ

ଛତ୍ରପୁର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିଲାଗି ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୋର୍‌‌ଦାର୍‌‌ ପ୍ରସ୍ତୁତି ଚାଲିଛି। ଭୁବନେଶ୍ବରରୁ ୧୦ଟା ୫ମିନିଟରେ ଗଞ୍ଜାମ ଅଭିମୁଖେ ଯାତ୍ରା କରିବେ । ଜିଲ୍ଲାରେ ୧ ହଜାର ୯୫୨ କୋଟି ୮୯ ଲକ୍ଷ ଟଙ୍କାର ୮୨୫ଟି ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ୨୨ ହଜାର ୨ ଶହ ସ୍ୱୟଂ ସହାୟକ ଗୋଷ୍ଠୀର ୨.୨୪ ଲକ୍ଷ ମିଶନ ଶକ୍ତି ମହିଳାଙ୍କୁ ୬୧୯ କୋଟି ଟଙ୍କାର ବିନା ସୁଧରେ ଋଣ ଓ ସହାୟତା ପ୍ରଦାନ କରିବେ । ଏହା ସହ ୨୦ ହଜାର ହିତାଧିକାରୀଙ୍କୁ ଗ୍ରାମକଣ୍ଠ ଘରଡିହ ପଟ୍ଟା ବଂଟନ କରିବେ ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ପ୍ରଥମେ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ବଡ଼ ଆଗୁଳ ନିକଟରେ ଏକ ସଭାରେ ଯୋଗଦେଇ ସେଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ କରିବା ସହ ଓ ସ୍ବୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ବିନା ସୁଧରେ ଋଣ ବଣ୍ଟନ କରିବେ ।ଏହ ପରେ ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିର କଞ୍ଚୁଡୁରେ ଏକ ଜନ ସଭାରେ ଯୋଗଦେଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ।

ପରେ ଅପରାହ୍ନରେ ଷ୍ଟାଡିୟମଠାରେ ଆୟୋଜିତ ସଭାରେ ଯୋଗଦେଇ ଜିଲ୍ଲାବାସୀଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ ପ୍ରଦାନ କରିବେ। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶନିବାର ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଛତ୍ରପୁର ଷ୍ଟାଡିୟମ ପରିଦର୍ଶନ କରି ଚାଲିଥିବା ବିଭିନ୍ନ ପ୍ରସ୍ତୁତିର ତଦାରଖ କରିଛନ୍ତି। ସେହିପରି ବ୍ରହ୍ମପୁର ଏସ୍‌‌ପି ଡ. ଶ୍ରବଣ ବିବେକ ଏମ, ଗଞ୍ଜାମ ଏସ୍‌‌ପି ଜଗମୋହନ ମିନା, ଗଞ୍ଜାମ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭି. କୀର୍ତ୍ତିୱାସନ୍‌‌ଙ୍କ ସମେତ ବହୁ ଅଧିକାରୀ ଛତ୍ରପୁର ଷ୍ଟାଡିୟମର ବିଭିନ୍ନ ସ୍ଥାନ ବୁଲି ପ୍ରସ୍ତୁତିର ଅନୁଧ୍ୟାନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଛତ୍ରପୁରରେ ୧୪ ପ୍ଲାଟୁନ ପୁଲିସ ଫୋର୍ସ ସହ ୫୦ ଜଣ ଅଫିସର ନିୟୋଜିତ ରହିବେ ବୋଲି ବ୍ରହ୍ମପୁର ଏସ୍‌‌ପି ସୂଚନା ଦେଇଛନ୍ତି।

Leave A Reply

Your email address will not be published.