ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୫୫ ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯.୩୬ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ୫୫ ଟି  ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ଦ୍ଵିତୀୟ ପର୍ଯ୍ୟାୟରେ ୨୯ କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ସୂଚନା ଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୯୮ କୋଟି ଟଙ୍କା ବ୍ୟୟରେ  ଅଧିକ ୫୫ ଟି ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ କରାଯାଉଛି । ତଦନୁଯାୟୀ ଚଳିତ ଏପ୍ରିଲ ମାସରେ ପ୍ରଥମ ପର୍ଯ୍ୟାୟରେ ୨୯.୩୬ କୋଟି ଟଙ୍କା  ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିଲେ।

ବାତ୍ୟା ଓ ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ସମୟରେ  ଏହି ଆଶ୍ରୟ ସ୍ଥଳୀ ଗୁଡିକ ଲୋକଙ୍କୁ ସୁରକ୍ଷା ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ  କରିଆସିଛି। ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷଙ୍କ ଜରିଆରେ ଏହା ନିର୍ମାଣ  କରାଯାଉଛି। ଏହା ମଧ୍ୟରେ ପ୍ରଥମ ପର୍ଯ୍ୟାୟ କାମରେ ଯଥେଷ୍ଟ ଅଗ୍ରଗତି ହୋଇଛି। ତେଣୁ ବର୍ତ୍ତମାନ ଏହି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଆଉ ୨୯.୩୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି. ଏହା ସହିତ  କାର୍ଯ୍ୟ ଶୀଘ୍ର ଶେଷ  କରିବାକୁ  ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

ଏଠାରେ ସୂଚନାଯୋଗ୍ୟ ମୁଖ୍ୟମନ୍ତ୍ରୀ ବିପର୍ଯ୍ୟୟ ମୁକାବିଲାକୁ ଏବେ ସର୍ବାଦୌ ଗୁରୁତ୍ବ ଦେଉଛନ୍ତି। ନିୟମିତ ବ୍ୟବଧାନରେ ଏ ନେଇ ସମୀକ୍ଷା କରୁଛନ୍ତି। ବାତ୍ୟା ପ୍ରଭାବିତ ଅଞ୍ଚଳକୁ କିଭଳି ନିରାପଦ ଭାବେ ରଖାଯାଇପାରିବ, କ୍ଷୟକ୍ଷତି କମ୍ ହେବ ସେ ନେଇ ବି ବଡ଼ ପ୍ରସ୍ତୁତି କରୁଛନ୍ତି ରାଜ୍ୟ ସରକାର। ଓଡ଼ିଶା ଉପକୂଳକୁ ତିନି ଭାଗରେ ବିଭକ୍ତ କରାଯାଇଛି। ପ୍ରଥମେ ସମୁଦ୍ରକୂଳ ଠାରୁ ଅର୍ଥାତ୍ ଶୂନରୁ ଷାଠିଏ କିଲୋମିଟର ଅଞ୍ଚଳକୁ ଅତି ସମ୍ବେଦନଶୀଳ ବୋଲି ବିଚାର କରାଯାଉଛି। ଏଠାରେ ସବୁଠାରୁ ଅଧିକ ପ୍ରସ୍ତୁତି କରାଯିବ। ଦ୍ବିତୀୟ ପର୍ଯ୍ୟାୟରେ ୬୦ରୁ ୧୦୦ କିଲୋମିଟର ଏବଂ ତୃତୀୟ ପର୍ଯ୍ୟାୟରେ ୧୦୦ରୁ ୧୫୦ କିଲୋମିଟର ପର୍ଯ୍ୟନ୍ତ ଅଞ୍ଚଳ ଲାଗି ପ୍ରସ୍ତୁତି ହେବ। ଯଦିଓ ଏବେ ଦେଖାଯାଉଛି ଯେ ବାତ୍ୟା ପରବର୍ତ୍ତୀ ବର୍ଷା ମଧ୍ୟ ଅଧିକ କ୍ଷତି କରୁଛି; ତଥାପି ରାଜ୍ୟ ସରକାର ଏଥିପାଇଁ ପ୍ରସ୍ତୁତି କରିଛନ୍ତି।

Leave A Reply

Your email address will not be published.