ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜିଠୁ ଖୋଲିବ ଅଭିଯୋଗ ପ୍ରକୋଷ୍ଠ ; ପ୍ରତି ସୋମବାର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୁଲାଇ ୧ ତାରିଖରୁ ସାଧାରଣ ଜନତାଙ୍କ ଅଭିଯୋଗ ଣୁଣାଣି କରିବେ। ପ୍ରତି ସୋମବାର ଏଠାରେ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ। ଏହି ସମୟରେ ମୁଖ୍ୟମନ୍ତ୍ରୀ କେଉଁଠି ବସିବେ, କେଉଁ ସ୍ଥାନରେ ଲୋକଙ୍କ ଅଭିଯୋଗ ଶୁଣିବେ, ସେନେଇ ରବିବାର ସାଧାରଣ ପ୍ରଶାସନ ବିଭାଗ ସଚିବ ସୁରେନ୍ଦ୍ର କୁମାର ସ୍ଥିତି ପରଖିଥିଲେ। ଅଧିକାରୀଙ୍କ ସହ ଆଲୋଚନା କରିବା ସହ ବ୍ୟାରିକେଡ୍‌ ବ୍ୟବସ୍ଥା ମଧ୍ୟ କରାଯାଇଛି।

ଏହି ଅଭିଯୋଗ ଶୁଣାଣି ପାଇଁ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଉକ୍ତ ସ୍ଥାନରେ ପଞ୍ଜୀକରଣ କରାଯିବ। ଆଗ୍ରହୀ ବ୍ୟକ୍ତିମାନେ ଏହି ସମୟ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜୀକରଣ କରିପାରିବେ ଓ ପରେ ସେମାନଙ୍କ ଅଭିଯୋଗ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ସେହିପରି ଜିଲାପାଳମାନେ ମଧ୍ୟ ଜିଲାସ୍ତରରେ ପ୍ରତ୍ୟେକ ସୋମବାର ଲୋକଙ୍କ ଅଭିଯୋଗ ଶୁଣିବାକୁ ନିର୍ଦେଶ ଦିଆଯାଇଛି। ପ୍ରତ୍ୟେକ ଅଭିଯୋଗକୁ ରାଜ୍ୟ ସରକାରଙ୍କ ଜନଶୁଣାଣି ପୋର୍ଟାଲରେ ପଞ୍ଜିକୃତ କରିବାକୁ କୁହାଯାଇଛି। ଅଭିଯୋଗ ଶୁଣାଣି ପରେ ଏହାର ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇବା ପାଇଁ ନିର୍ଦେଶ ରହିଛି। ଅଭିଯୋଗ ଶୁଣାଣିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଅଭିଯୋଗ ନେଇ ଆସୁଥିବା ଜନସାଧାରଣ କିପରି ସୁରୁଖୁରୁରେ ଓ ଶାନ୍ତିଶୃଙ୍ଖଳାର ସହ ଅଭିଯୋଗ କରିପାରିବେ; ସେଥିପାଇଁ ପଦକ୍ଷେପ ନିଆଯାଇଛି।

Leave A Reply

Your email address will not be published.