ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଚାରି ପ୍ରଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ଚାରି ଜଣ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସରର ଦେଲେ ରାଜ୍ୟ ସରକାର । ଅପରାଗତା ଓ କାର୍ଯ୍ଯରେ ଅବହେଳା ଅଭିଯୋଗରେ ଏହି କାର୍ଯ୍ଯାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଓଡ଼ିଶା କାଉନସିଲ୍ ଅଫ୍ ସ୍ପୋର୍ଶର ଏହି ଚାରି ଜଣ ପ୍ରଶିକ୍ଷକ ହେଲେ ଭଲିବଲ କୋଚ୍ ପ୍ରଭାକର ତ୍ରିପାଠୀ ଓ ଜ୍ଞାନେନ୍ଦ୍ର ପ୍ରସାଦ ବଢ଼େଇ । ସେହିଭଳି ବକ୍ସିଂ କୋଚ୍ ଶଙ୍କର ପ୍ରସାଦ ଅଧିକାରୀ, ହ୍ୟାଣ୍ଡବଲ କୋଚ୍ ମନୋଜ କୁମାର ଦାସଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର ।

ସୂଚନା ଯୋଗ୍ୟ ଯେ, କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗରେ କାର୍ଯ୍ଯରତ କର୍ମଚାରୀଙ୍କ ଦକ୍ଷତା ଆକଳନ ନେଇ ଏକ ଅନୁଧ୍ୟାନ କମିଟି ଗଠନ ହୋଇଥିଲା । ଆଉ ଏହି କମିଟି ରିପୋର୍ଟ କ୍ରମେ ଏଭଳି କାର୍ଯ୍ଯାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ୨୦୧୯ ମସିହାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଥିଲା । ଯେଉଁଥିରେ ୫୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ କର୍ମଚାରୀଙ୍କ କାର୍ଯ୍ଯ ପରାଦର୍ଶିତା ନେଇ ଆକଳନ କରାଯିବ ବୋଲି ଉଲ୍ଲେଖ ଥିଲା । ଆଜି ଗ୍ରହଣ କରାଯାଇଥିବା କୋଚ୍‌ଙ୍କ ବିରୋଧରେ କାର୍ଯ୍ଯାନୁଷ୍ଠାନ ମଧ୍ୟ ଏହି ଆଧାରରେ ନିଆଯାଇଛି ।

Leave A Reply

Your email address will not be published.