ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଘନୀଭୂତ ହେଉଛି ଲଘୁଚାପ : ଆଜିଠୁ ବଢ଼ିବ ବର୍ଷା

ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଲଘୁଚାପର ପ୍ରଭାବ ଅଧିକ ବର୍ଷା ହୋଇଛି। ଏହି ଲଘୁଚାପ ଆଗାମୀ ୩୬ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ମଧ୍ୟରେ ଏକ ୱେଲ୍‍ମାର୍କଡ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାଦ୍ୱାରା ଶନିବାରଠାରୁ ବର୍ଷାର ପରିମାଣ ଆହୁରି ବଢ଼଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଶନିବାର ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ଖୋର୍ଦ୍ଧା, ନୟାଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କଟକ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି।

ଏହି ଜିଲ୍ଲାର କିଛି ସ୍ଥାନରେ ୭-୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ପ୍ରବଳ ବର୍ଷା ଯୋଗୁଁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସହିତ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ବର୍ଷା ଯୋଗୁଁ ମାଟି ରାସ୍ତା ପ୍ରଭାବିତ ହେବା ସହ କଚ୍ଚା ଘର ଭାଙ୍ଗିବାର ମଧ୍ୟ ଆଶଙ୍କା ରହିଛି। ଏହାସହିତ ବର୍ଷା ଯୋଗୁଁ ଦୃଶ୍ୟମାନ କ୍ଷମତା ହ୍ରାସ ହେବାକୁ ଥିବାରୁ ଏହି ସମସ୍ତ ପ୍ରକାର ପରିସ୍ଥିତି ମୁକାବିଲା କରିବାକୁ ପ୍ରସ୍ତୁତ ରହିବାକୁ ପାଣପିାଗ କେନ୍ଦ୍ର ପରାମର୍ଶ ଦେଇଛି। ରବିବାର ମଧ୍ୟ ଲଘୁଚାପର ପ୍ରଭାବ ଅଧିକ ରହିବ। ତେଣୁ ଶନିବାର ଓ ରବିବାର ପାଇଁ ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଓ କିଛି ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଲଘୁଚାପ ଯୋଗୁଁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପାସଗର ସଂଲଗ୍ନ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ।

ସମୁଦ୍ର ମଧ୍ୟରେ ପବନର ବେଗ ବଢ଼଼ି ୪୫-୫୫ କିମି ପର୍ଯ୍ୟନ୍ତ ପହଞ୍ଚିବ ଏଥିପାଇଁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ବିଶେଷ କରି ଯେଉଁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି କରାଯାଇଛି, ସେହିସବୁ ଜିଲ୍ଲାର ଜିଲ୍ଲାପାଳମାନେ ସମସ୍ତ ପ୍ରକାର ପରିସ୍ଥିତି ମୁକାବିଲା ପାଇଁ ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ ଏସ୍‍ଆରସିଙ୍କ କାର୍ଯ୍ୟାଳୟ ପରାମର୍ଶ ଦେଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗତ ୩୬ ଘଣ୍ଟାରେ ଗୋପାଳପୁରରେ ୧୦୭ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଛତ୍ରପୁରରେ ୫୮, ପୁରୀରେ ୨୯, ଭୁବନେଶ୍ୱରରେ ୨୪, ପାରାଦୀପରେ ୧୯, ପାରଳାଖେମୁଣ୍ଡିରେ ୫୦ ଓ ଢେଙ୍କାନାଳରେ ୨୪ ମିମି ବର୍ଷା ରେକର୍ଡ କରାଯାଇଛି।

Leave A Reply

Your email address will not be published.