ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ହେଲେ ବିଶ୍ବକେଶନ ହରିଚନ୍ଦନ

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସ ତାର ପ୍ରାର୍ଥୀ ଘୋଷଣା କରିଛି। ବିଶ୍ବକେଶନ ହରିଚନ୍ଦନ ମହାପାତ୍ର ପିପିଲି କଂଗ୍ରେସ ପ୍ରାର୍ଥୀ ହୋଇଛନ୍ତି। ବିଶ୍ବକେଶନ ନାମରେ ମୋହର ମାରିଛନ୍ତି ସୋନିଆ ଗାନ୍ଧି। ସେ ଜିଲ୍ଲା କଂଗ୍ରେସର ସେବାଦଳର ମୁଖ୍ୟ ସଂଗଠକ ଭାବେ କାର୍ଯ୍ଯ କରୁଛନ୍ତି।

ସୂଚନା ଅନୁଯାୟୀ, ପିପିଲି ଉପନିର୍ବାଚନ ପାଇଁ ଅଜିତଙ୍କୁ ପ୍ରାର୍ଥୀ କରିଥିଲା କଂଗ୍ରେସ। ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ନୂଆ ପ୍ରାର୍ଥୀ ଘୋଷଣା କରିଛି ଦଳ । ଗତ ୧୪ ତାରିଖରେ ରାଜଧାନୀରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଅଜିତଙ୍କ ମୃତ୍ୟୁ ଘଟିଥିଲା।

ଅପରପକ୍ଷରେ ମେ’ ୧୩ ପରିବର୍ତ୍ତେ ମେ ୧୬ରେ ମତଦାନ ନେଇ ତାରିଖ ଘୋଷଣା କରିଥିଲେ ନିର୍ବାଚନ କମିଶନ ସୁନିଲ ଲୋହାନୀ । ପୂର୍ବରୁ ମେ ୧୩ରେ ଉପନିର୍ବାଚନ ହେବା ନେଇ ଗୋଷଣା କରିଥିଲେ ନିର୍ବାଚନ କମିସନ । ମେ ୧୩ ତାରିଖରେ ଇଦ୍ ପଡୁଥିବାରୁ ନିର୍ଦ୍ଧାରିତ ତାରିଖକୁ ଘୁଞ୍ଚାଯାଇଥିବା କହିଥିଲେ କମିସନ।

Leave A Reply

Your email address will not be published.