ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବିଧାନସଭାରେ ଅସୁସ୍ଥ ହୋଇପଡ଼ିଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି

ଭୁବନେଶ୍ୱର: ବିଧାନସଭାରେ ଅସୁସ୍ଥ ହୋଇପଡ଼ିଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ବାଚସ୍ପତିଙ୍କ ପୋଡ଼ିୟମ ତଳେ ଚେୟାର ଉପରେ ଚଢ଼ି ପ୍ରତିବାଦ କରୁଥିଲେ ତାରା । ଏହି ସମୟରେ ତାରା ହଠାତ୍ ଅସୁସ୍ଥ ହୋଇ ପଡ଼ିଥିଲେ । ପରେ ସହଯୋଗୀ ବିଧାୟକ ତାଙ୍କୁ ପାଣି ପିଇବାକୁ ଦେଇ ଚେୟାରରେ ବସାଇଥିଲେ । ନିକଟରେ ସେ କୋଭିଡରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିଲେ । ତାରାଙ୍କୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ ଓ ଅନ୍ୟ ବିଧାୟକ ଚେୟାରରେ ବସାଇଥିଲେ । ବିଧାନସଭା ପରିସରରେ ଥିବା ଡାକ୍ତର ତାଙ୍କ ସ୍ୱାସ୍ଥ୍ୟ ଯାଞ୍ଚ କରିଛନ୍ତି । ସ୍ୱାସ୍ଥ୍ୟ ଯାଞ୍ଚ ପରେ ତାରା ବାହିନୀପତି ତାଙ୍କ ବାସଭବନକୁ ଯାଇଥିବା ଜଣାପଡ଼ିଛି । ଅପରାହ୍ଣରେ ଗୃହରେ ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ ବିଲ୍-୨୦୨୧ ପାରିତ ହୋଇଥିଲା । ସେହି ସମୟରେ ବାଚସ୍ପତିଙ୍କ ପୋଡ଼ିୟମ ତଳେ ଚେୟାର ଉପରେ ଚଢ଼ି ପ୍ରତିବାଦ କରୁଥିଲେ ତାରା ।

Leave A Reply

Your email address will not be published.