ରାଜ୍ୟରେ କରୋନା ନେଲା ଆଉ ୨୨ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। କରୋନା ଗତ ୨୪ ଘଣ୍ଟାରେ ଆଉ ୨୨ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ  ଭୁବନେଶ୍ବର, ବୌଦ୍ଧ, କୋରାପୁଟ, ନୂଆପଡ଼ା, ରାୟଗଡ଼ା ଓ ସୁନ୍ଦରଗଡ଼ରୁ  ସର୍ବାଧିକ ୩ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି ଅନୁଗୁଳ ଜିଲ୍ଲାରୁ ୨ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ପୁରୀ ଓ ଗଜପତି ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୩୩୫କୁ ବୃଦ୍ଧି ପାଇଛି।

Leave a comment