ରାଜ୍ୟରେ କରୋନା ନେଲା ଆଉ ୧୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ୮ଟି ଜିଲ୍ଲାରୁ ଆଉ ୧୯ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼, କଳାହାଣ୍ଡି , ରାୟଗଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି ପୁରୀ ଜିଲ୍ଲାରୁ ଆଉ ୨ ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ଢେଙ୍କାନାଳ, ବଲାଙ୍ଗିର ଓ ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୧୯୭କୁ ବୃଦ୍ଧି ପାଇଛି।

Leave a comment