ରାଜ୍ୟରେ କରୋନା ନେଲା ଆଉ ୧୯ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। କରୋନା ଗତ ୨୪ ଘଣ୍ଟାରେ ଆଉ ୧୯ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସେଥିମଧ୍ୟରୁ ଭୁବନେଶ୍ବରରୁ ୨ଜଣ ଅଛନ୍ତି। ସେହିପରି ଅନୁଗୁଳ ଓ ରାୟଗଡ଼ା ଜିଲ୍ଲାରୁ ୩ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ସୁନ୍ଦରଗଡ଼ ଓ ନୂଆପଡ଼ା ଜିଲ୍ଲାରୁ ଆଉ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି କେନ୍ଦ୍ରାପଡ଼ା, ପୁରୀ, ନବରଙ୍ଗପୁର, ନୟାଗଡ଼ ଓ ଗଜପତି ଜଣେ ଲେଖାଏ କରୋନା ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି।  ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୩୧୩କୁ ବୃଦ୍ଧି ପାଇଛି।

Leave a comment