ରାଜ୍ୟରେ କରୋନା ନେଲା ଆଉ ୨୨ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। କରୋନା ଗତ ୨୪ ଘଣ୍ଟାରେ ଆଉ ୨୨ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ସୁନ୍ଦରଗଡ଼, ନୂଆପଡ଼ା, କଳାହାଣ୍ଡି ଓ ବୌଦ୍ଧ ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି ଗଜପତି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ୨ଜଣ  ଲୋଖାଏ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ବଲାଙ୍ଗୀର  ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୩୫୭କୁ ବୃଦ୍ଧି ପାଇଛି।

Leave a comment