ରାଜ୍ୟରେ କରୋନା ନେଲା ଆଉ ୧୫ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ ୫ମୃତ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୧୫ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି ରାୟଗଡ଼ାରୁ ୩, ସୁନ୍ଦରଗଡ଼ରୁ ୨, କଳାହାଣ୍ଡିରୁ ୨, ସୁବର୍ଣ୍ଣପୁର, ପୁରୀ ଓ କଟକରୁ ଜଣେ ଲେଖାଏ ଆକ୍ରାନ୍ତ କରୋନାରେ ପ୍ରଣ ହରାଇଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୨ ହଜାର ୮୮କୁ ବୃଦ୍ଧି ପାଇଛି ।

 

Leave a comment