ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୫ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ହଜାର ୭୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଓ ଖୋର୍ଦ୍ଧାରୁ ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

Leave a comment