ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ କରୋନା ନେଲା ଆଉ ୬୯ ଜଣଙ୍କ ଜୀବନ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ଯ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ କଟକ ଏବଂ ଜଗତସିଂହପୁର ଜିଲ୍ଲାରୁ ୧୩ଜଣ ଲଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଅନୁଗୁଳ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ ଲେଖାଏଁ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୫ଜଣ ରହିଛନ୍ତି । ସେହିପରି ବାଲେଶ୍ୱର , ଭଦ୍ରକ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ନବରଙ୍ଗପୁର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ।

 

Leave A Reply

Your email address will not be published.